Posted inଜାତୀୟ

କରୋନା ରୋଗୀଙ୍କ ପାଇଁ ମାଡ଼ି ଆସୁଛି ଆଉ ଏକ ବିପଦ

ସୁରତ,୭।୫: ଦେଶରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ରୋଗୀଙ୍କ ପାଇଁ ଆଉ ଏକ ବିପଦ ସୃଷ୍ଟି ହୋଇଛି। କରୋନାର ଠିକ ସମୟରେ ଚିକିତ୍ସାର ଅଭାବ ହେତୁ କିଛି ରୋଗୀଙ୍କ ଆଖି ମଧ୍ୟ ବାହାର କରିବାକୁ ପଡୁଛି। କରୋନା ପରେ ରୋଗୀଙ୍କଠାରେ ମ୍ୟୁକୋରମାଇକୋସିସ ହେବାର ଆଶଙ୍କା ବଢିଯାଇଛି। ଏହି ରୋଗ ହେଲେ ରୋଗୀଙ୍କୁ ନିଜ ଆଖି ହରାଇବା ବିପଦ ରହିଥିବାବେଳେ ମୃତ୍ୟୁ ଆଶଙ୍କା ମଧ୍ୟ ରହିଛି। ଗୁଜରାଟର ସୁରତରେ, ୧୫ଦିନ ମଧ୍ୟରେ ଏହିପରି ୪୦ରୁ ଅଧିକ ମାମଲା ସାମ୍ନାକୁ ଆସିଛି। ଏମାନଙ୍କ ମଧ୍ୟରୁ ୮ ଜଣ ରୋଗୀଙ୍କ ଆଖି ବାହାର କରିବାକୁ ପଡିଛି।

ଗୁଜରାଟରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ଶଯ୍ୟା ଏବଂ ଅମ୍ଳଜାନ ଅଭାବ ଦେଖାଦେଇଛି। ମ୍ୟୁକୋରମାଇକୋସିସ ରୋଗ ଏତେ ବିପଜ୍ଜନକ ଯେ ଯଦି ଏହାର ଠିକ୍‌ ସମୟରେ ଚିକିତ୍ସା କରା ନ ଯାଏ ତେବେ ରୋଗୀର ଆଖିକୁ ବାହାର କରିବାକୁ ପଡିବ କିମ୍ବା ସେ ମୃତ୍ୟୁବରଣ କରିବାର ସମ୍ଭାବନା ରହିଛି। ଡାକ୍ତରଙ୍କ କହିବାନୁସାରେ, ମ୍ୟୁକୋରମାଇକୋସିସ ଏକ ପ୍ରକାର ଫଙ୍ଗଲ ସଂକ୍ରମଣ, ଯାହା ନାକ ଏବଂ ଆଖି ମାଧ୍ୟମରେ ମସ୍ତିଷ୍କରେ ପହଞ୍ଚିଯାଏ ଫଳରେ ରୋଗୀ ମୃତ୍ୟୁବରଣ କରିଥାଏ। ଗତ ବର୍ଷ କରୋନାର ପ୍ରଥମ ପର୍ଯ୍ୟାୟରେ ଏହି ରୋଗ ବିଷୟରେ ସୂଚନା ମିଳିପାରି ନଥିଲା, କିନ୍ତୁ କରୋନାର ଦ୍ୱିତୀୟ ଲହରରେ ଏଭଳି ଘଟଣା ବଢିବାରେ ଲାଗିଛି। ପୂର୍ବରୁ କରୋନା ରୋଗୀମାନେ ଆଖି ଯନ୍ତ୍ରଣା ଏବଂ ମୁଣ୍ଡବିନ୍ଧାକୁ ହାଲୁକା ଭାବରେ ଗ୍ରହଣ କରୁଥିଲେ, କିନ୍ତୁ ଏଥର ଏହାର ପ୍ରଭାବ ଅଧିକ ଦେଖାଦେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri