ରୋଗ କରିଛି ଗାଁରୁ ବାସନ୍ଦ

ଝରିଗାଁ,୧୦ା୪(ସ୍ବ.ପ୍ର.): ସଚେତନତା ପରେ ମଧ୍ୟ ଅନ୍ଧବିଶ୍ୱାସ ପିଛା ଛାଡ଼ୁନି । କୁଷ୍ଠ ରୋଗ ଯୋଗୁ ଦୀର୍ଘ ୬ ବର୍ଷ ଧରି ଗାଁରୁ ବାସନ୍ଦ ହୋଇ ଜଙ୍ଗଲ ପାହାଡ଼ଘେରା ଖୋଲା ଆକାଶ ତଳେ ଫଟା ପଲିଥିନ ମଞ୍ଚାରେ ଆଶ୍ରୟ ନେଉଛନ୍ତି ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କେବିଡ଼ି ଗ୍ରାମର ସୁନାଧର ଜାନୀ(୬୫)। ପରିବାର କହିଲେ ସ୍ତ୍ରୀ ମାନ୍ଦାଇ ଜାନୀ,୨ ପୁଅ ଏବଂ ଗୋଟିଏ ଝିଅ। ସୁନାଧର ରୋଗଗ୍ରସ୍ତ ହେବା ପରେ ପରିବାର ସହ ଗାଁ ଲୋକେ ତାଙ୍କୁ ଘୃଣା କରିଥିଲେ। ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଶେଷରେ ସୁନାଧରଙ୍କୁ ଗାଁରୁ ବାସନ୍ଦ କରାଯାଇଥିଲା। ତେଣୁ ଗାଁଠାରୁ ପ୍ରାୟ ୧କି.ମି. ଦୂରରେ ଥିବା ପାହାଡ଼ ନିକଟରେ ସେ ଏକ ମଞ୍ଚା କରି ରହି ଆସୁଛନ୍ତି। ଦିନ ଥିଲା ସୁନାଧରଙ୍କ ରୋଜଗାରରେ ପରିବାର ଚଳୁଥିଲା, କିନ୍ତୁ ଏବେ ସମାଜରୁ ବାସନ୍ଦ ହୋଇ ଆର୍ଥତ୍କ ଅନଟନରେ ଜୀବନ ଅତିବାହିତ କରୁଛନ୍ତି। ପ୍ରାୟ ଅଧ କିଲୋମିଟର ଦୂରରେ ଥିବା ଏକ ନାଳରୁ ପାଣି ଆଣି ବ୍ୟବହାର କରୁଛନ୍ତି। ସେହିପରି ବେନ୍ଦ୍ରାପାଣି ଜଙ୍ଗଲକୁ ଯାଇ ମହୁଲ, ଚାହଁର କୋଳି ଗୋଟାଇ ତାକୁ ଶୁଖାଇ ଅନ୍ୟ ଲୋକଙ୍କ ସହାୟତାରେ ବିକ୍ରି କରି ନିଜ ଗୁଜୁରାଣ ମେଣ୍ଟାଉଛନ୍ତି। ପାହାଡ଼ିଆ ଆବଡ଼ା ଖାବଡ଼ା ରାସ୍ତାରେ ନାଳକୁ ଏବଂ ଜଙ୍ଗଲକୁ ଯିବା ସମୟରେ ରୋଗରେ କ୍ଷତ ହୋଇଥିବା ଦୁଇ ଗୋଡ଼ରେ ଗୋଡ଼ି ପଥର ବାଜି ଅଧିକ ଯନ୍ତ୍ରଣା ଦେଉଛି। ଝରିଗାଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୦୧୭-୧୮ରେ ସୁନାଧରଙ୍କୁ ଏକ ବର୍ଷ ପର୍ଯ୍ୟନ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିଲା। ତାଙ୍କ ଦ୍ୱାରା କେହି ସଂକ୍ରମିତ ହେବେ ନାହିଁ ବୋଲି ସ୍ବାସ୍ଥ୍ୟକେନ୍ଦ୍ରର ଡ. ପ୍ରକାଶ ଚନ୍ଦ୍ର ନାୟକ କହିଥିଲେ। ସୁନାଧର ଭତ୍ତା ପାଇପାରୁ ନ ଥିବାରୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପାର୍ଥଜିତ୍‌ ମଣ୍ଡଳଙ୍କୁ ଯୋଗାଯୋଗ କରିଥିଲୁ। ଅତିଶୀଘ୍ର ତାଙ୍କ ଆଧାର କାର୍ଡ ସହ ମେଡିକାଲ ସାର୍ଟିଫିକେଟ୍‌ ପ୍ରସ୍ତୁତ କରାଯାଇ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ଦେବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି। ଘଟଣା ସମ୍ପର୍କରେ ବିଡିଓ ସତ୍ୟନାରାୟଣ ମେହେରଙ୍କୁ ଅବଗତ କରାଯାଇଥିଲା। ତୁରନ୍ତ ସୁନାଧରଙ୍କ ଥଇଥାନ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri