ଧାନ ଫସଲରେ ରୋଗ, ଚିନ୍ତାରେ ଚାଷୀ

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଖରିଫ ଧାନଚାଷରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଏଭଳି ସମୟରେ ଗ୍ରାମ୍ୟ କୃଷି କର୍ମଚାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ରୋଗ ଚିହ୍ନଟ କରି ନ ପାରି ସମସ୍ୟାରେ ପଡୁଛନ୍ତି। ବିଳମ୍ବିତ ବର୍ଷା ଯୋଗୁ ୨୦୨୨-୨୩ ଖରିଫ ଚାଷ ପଛେଇ ଯାଇଥିଲା। ଅଗଷ୍ଟ ପ୍ରଥମ ସପ୍ତାହରେ ବର୍ଷା ପରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଚାଷ କାମ ଆଗେଇଥିଲା। ଏବେ ସ୍ବାଭାବିକ ବର୍ଷା ଲାଗି ରହିଛି। ହେଲେ ମେଘୁଆ ପାଗ ଲାଗି ରହିଥିବାରୁ ଧାନ ଚାଷରେ ରୋଗପୋକ ପ୍ରାଦୃର୍ଭାବ ପରିଲକ୍ଷିତ ହୋଇଛି। ବଙ୍କି, ପତ୍ରକଟାଁ ଶଢା,ମହିଷା ପ୍ରଭୃତି ପୋକ ଫସଲରେ ଲାଗି ନଷ୍ଟ କରିବାକୁ ଆରମ୍ଭ କଲାଣି। ଏପରି ସ୍ଥିତିରେ ଗ୍ରାମ୍ୟ କୃଷି କର୍ମଚାରୀ ଗାଁ ଗାଁ ଯାଇ କ୍ଷେତ୍ର ପରିଦର୍ଶନ କରିବା କଥା। ହେଲେ ସେମାନଙ୍କ ଦେଖା ମିଳୁନାହିଁ। ଚାଷୀ ନିଜେ କ୍ଷତିଗ୍ରସ୍ତ ଧାନଗଛ ଧରି ଔଷଧ ଦୋକାନକୁ ଯାଇ କୀଟନାଶକ ଆଣି ପ୍ରୟୋଗ କରୁଛନ୍ତି। ସେହି ଓଷଧ କାମ କରୁ ନ ଥିବା ବୁଢୀପଦର ପଞ୍ଚାୟତ ଅନ୍ତର୍ଗତ ଘୁଷୁରାମୁଣ୍ଡା ଗ୍ରାମର ଚାଷୀମାନେ ଅଭିଯୋଗ କରିଛନ୍ତି। ଅପରପକ୍ଷରେ କୃଷି କର୍ମଚାରୀଙ୍କ ଅବହେଳାକୁ ନେଇ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ଜଣାଇଲେ ସୁଦ୍ଧା ସୁଫଳ ମିଳୁନାହିଁ। ବୁର୍ଡା ସମେତ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଏପରି ଅଭିଯୋଗ ଆସୁଛି। ଅପରପକ୍ଷେ ବିଳମ୍ବିତ ଚାଷରେ ରାସାୟନିକ ସାର ପ୍ରୟୋଗ ଜରୁରୀ ହୋଇ ପଡିଥିବା ବେଳେ ଗୁର୍ଜିଭଟା ଅଞ୍ଚଳର ଏକ ଦୋକାନରୁ କୃଷି ବିଭାଗ ନକଲଇ ସାର ଠାବ କରିବା ଚାଷୀଙ୍କ ଚିନ୍ତାକୁ ବଢାଇ ଦେଇଛି। ଏ ସମ୍ପର୍କରେ ବ୍ଲକ ଗୋଷ୍ଠୀ କୃଷି ଅଧିକାରୀ ଉମାଶଙ୍କର ମିଶ୍ର କହିଛନ୍ତି, ଗ୍ରାମ୍ୟ କୃଷି କର୍ମଚାରୀଙ୍କୁ କ୍ଷେତ୍ର ପରିଦର୍ଶନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନକଲି ସାର ସମ୍ପର୍କରେ ପଚାରିବାରୁ ସମ୍ପୃକ୍ତ ଦୋକାନୀଙ୍କଠାରୁ ପିଓଏସ୍‌ ମେଶିନ ଜବତ କରାଯାଇଛି ବୋଲି କହିଛନ୍ତି। ଏ ନେଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri