ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସେମାନେ ଶାରଦୀୟ ପୂଜାର ଅଭିନନ୍ଦନ ଜଣାଇବା ସହ ଦଳର ଦୁଇ କର୍ପୋରେଟର ତଥା ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଅମରେଶ ଜେନା ଓ ଏକାମ୍ର ନିର୍ବାଚନମଣ୍ଡଳୀର ବିରଞ୍ଚତ୍ ମହାସୁପକାରଙ୍କୁ ନେଇ ମନରେ ରହିଥିବା ଅସନ୍ତୋଷ ପ୍ରକାଶ କରିଛନ୍ତି। ସମ୍ପୃକ୍ତ ଦୁଇ କର୍ପୋରେଟରଙ୍କ ଉପରେ ଦଳ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ କି ନାହିଁ ସେ ନେଇ ଅବଗତ ହେବା ଏହି ସାକ୍ଷାତର ମୂଳ ଉଦ୍ଦେଶ୍ୟ ବୋଲି ଚର୍ଚ୍ଚା ହେଉଛି। ତେବେ ଦୁଇ କର୍ପୋରେଟରଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଥିବାବେଳେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନବୀନ ନିଜଆଡୁ ସୂଚନା ଦେଇଥିବା ଜଣାପଡିଛି। ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ପର୍ଯ୍ୟନ୍ତ ଦଳର କୌଣସି କାର୍ଯ୍ୟରେ ଦୁଇ ନିର୍ବାଚନମଣ୍ଡଳୀର ୩୨ କର୍ପୋରେଟର ଯୋଗଦେବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ସକାଳେ ସେମାନେ ବିଧାୟକ ଅନନ୍ତ ନାରାୟଣ ଜେନା ଓ ପୂର୍ବତନ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଭେଟି ଏହି ନିଷ୍ପତ୍ତି ଜଣାଇଛନ୍ତି। ଏନେଇ ଜଣେ କର୍ପୋରେଟର କହିଛନ୍ତି, ସମସ୍ତେ ଦଳୀୟ ଶୃଙ୍ଖଳାରେ ବନ୍ଧା ହୋଇଥିବାବେଳେ ଦୁଇ ବିଦ୍ରୋହୀ କର୍ପୋରେଟର ବାରମ୍ବାର ଦଳ ଏବଂ ଦଳୀୟ ନେତାଙ୍କ ବିରୋଧରେ କାର୍ଯ୍ୟ କରି ଆସୁଛନ୍ତି। ତେଣୁ ଯେ ପର୍ଯ୍ୟନ୍ତ ଦଳ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିଛି, ସେ ପର୍ଯ୍ୟନ୍ତ ଦଳୀୟ କାର୍ଯ୍ୟରୁ ଆମେମାନେ ଦୂରେଇ ରହିବୁ। ସେହିପରି କାରଣ ଦର୍ଶାଅ ନୋଟିସ୍‌ର ଉତ୍ତର ରଖିବାକୁ ସେମାନଙ୍କୁ ୧୫ଦିନ ସମୟ ଦିଆଯାଇଛି। ଯଦି ଏହାପରେ କିଛି କାର୍ଯ୍ୟାନୁଷ୍ଠାନ ନିଆ ନ ଯାଏ, ତେବେ ଆମେ ୩୨ କର୍ପୋରେଟର ଚରମ ନିଷ୍ପତ୍ତି ନେବାକୁ ପଛାଇବୁ ନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଶଙ୍ଖଭବନଠାରେ ହୋଇଥିବା ଏକ ବୈଠକରେ ଦଳୀୟ କନ୍ଦଳ ସୃଷ୍ଟି ହୋଇଥିଲା। ଦୁଇ କର୍ପୋରେଟର ଅମରେଶ ଓ ବିରଞ୍ଚତ୍ ବାରମ୍ବାର ଦଳ ବିରୋଧୀ କାମ କରୁଥିବା ଦର୍ଶାଇ ସେମାନଙ୍କ ବିରୋଧରେ ଦୁଇ ନିର୍ବାଚନମଣ୍ଡଳୀର ୩୨ କର୍ପୋରେଟର ମେଳି ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?