Posted inଜାତୀୟ

ମାର୍ଗାରେଟ୍‌ଙ୍କୁ ଧୋକା ଦେଲେ ମମତା

ନୂଆଦିଲ୍ଲୀ,୫।୮: ଉପରାଷ୍ଟ୍ରପତି ନିର୍ବାଚନରେ ତୃଣମୂଳ କଂଗ୍ରେସ ଭୋଟ ନ ଦେବା ନିଷ୍ପତ୍ତିରେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ନିରାଶ ହୋଇଛନ୍ତି। ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପଦକ୍ଷେପକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି।
ଏକ ସାକ୍ଷାତକାରରେ ଆଲଭା କହିଛନ୍ତି, ଯୁବ କଂଗ୍ରେସ ଦିନରୁ ମମତା ମୋର ଭଲ ବନ୍ଧୁ ଥିଲେ। ମୁଁ ତାଙ୍କ ପାଇଁ ଲଢିଛି, ସମର୍ଥନ କରିଛି ଏବଂ ପ୍ରତ୍ୟେକ କ୍ଷେତ୍ରରେ ତାଙ୍କ ସହ ରହିଛି। କିନ୍ତୁ ଯେତେବେଳେ ଟିଏମସି ଉପରାଷ୍ଟ୍ରପତି ନିର୍ବାଚନରୁ ଦୂରେଇ ରହିବାକୁ ସ୍ଥିର କଲା, ମୁଁ ଆଶ୍ଚର୍ଯ୍ୟ ହୋଇଥିଲି। ଏହି ନିର୍ବାଚନରେ କୌଣସି ହ୍ବିପ୍‌ ନାହିଁ ଏବଂ ଏହା ଏକ ଗୁପ୍ତ ମତଦାନ। ଯଦି ତୁମେ ହ୍ବିପ୍‌ ଦେଇ ପାରିବ ନାହିଁ, ତୁମେ ତୁମର ଏମ୍‌ପିମାନଙ୍କୁ ଭୋଟ ନ ଦେବାକୁ କିପରି କହିପାରିବ? ଏହା ଏକ ନକାରାତ୍ମକ ହ୍ବିପ୍‌ ଦେବା ଭଳି। ମମତା ଫୋନ ଉଠାଉ ନାହାନ୍ତି। ମୁଁ ତାଙ୍କୁ ମେସେଜ୍‌ ଲେଖିଛି ଏବଂ ଲୋକମାନେ ତାଙ୍କ ସହ କଥା ହୋଇଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟ ବିରୋଧୀ ଦଳ ପାଇଁ ଏକ ଆହ୍ବାନ।
ସୂଚନାଯୋଗ୍ୟ, ବର୍ତ୍ତମାନର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଏମ. ଭେଙ୍କାୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେବ। ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଅଗଷ୍ଟ ୬ରେ ଅନୁଷ୍ଠିତ ହେବ। ନୂଆ ଉପରାଷ୍ଟ୍ରପତି ୧୧ ତାରିଖରେ ଶପଥ ନେବେ। ମାର୍ଗେଟ ଆଲ୍‌ଭାଙ୍କ ବିପକ୍ଷରେ ଏନ୍‌ଡିଏ ପକ୍ଷରୁ ଜଗଦୀପ ଧନଖର ପ୍ରାର୍ଥୀ ହୋଇଛନ୍ତି। ଧନକରଙ୍କ ବିଜୟ ନିଶ୍ଚିତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri