Posted inଜାତୀୟ

ମାର୍ଗାରେଟ୍‌ଙ୍କୁ ଧୋକା ଦେଲେ ମମତା

ନୂଆଦିଲ୍ଲୀ,୫।୮: ଉପରାଷ୍ଟ୍ରପତି ନିର୍ବାଚନରେ ତୃଣମୂଳ କଂଗ୍ରେସ ଭୋଟ ନ ଦେବା ନିଷ୍ପତ୍ତିରେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ନିରାଶ ହୋଇଛନ୍ତି। ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପଦକ୍ଷେପକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି।
ଏକ ସାକ୍ଷାତକାରରେ ଆଲଭା କହିଛନ୍ତି, ଯୁବ କଂଗ୍ରେସ ଦିନରୁ ମମତା ମୋର ଭଲ ବନ୍ଧୁ ଥିଲେ। ମୁଁ ତାଙ୍କ ପାଇଁ ଲଢିଛି, ସମର୍ଥନ କରିଛି ଏବଂ ପ୍ରତ୍ୟେକ କ୍ଷେତ୍ରରେ ତାଙ୍କ ସହ ରହିଛି। କିନ୍ତୁ ଯେତେବେଳେ ଟିଏମସି ଉପରାଷ୍ଟ୍ରପତି ନିର୍ବାଚନରୁ ଦୂରେଇ ରହିବାକୁ ସ୍ଥିର କଲା, ମୁଁ ଆଶ୍ଚର୍ଯ୍ୟ ହୋଇଥିଲି। ଏହି ନିର୍ବାଚନରେ କୌଣସି ହ୍ବିପ୍‌ ନାହିଁ ଏବଂ ଏହା ଏକ ଗୁପ୍ତ ମତଦାନ। ଯଦି ତୁମେ ହ୍ବିପ୍‌ ଦେଇ ପାରିବ ନାହିଁ, ତୁମେ ତୁମର ଏମ୍‌ପିମାନଙ୍କୁ ଭୋଟ ନ ଦେବାକୁ କିପରି କହିପାରିବ? ଏହା ଏକ ନକାରାତ୍ମକ ହ୍ବିପ୍‌ ଦେବା ଭଳି। ମମତା ଫୋନ ଉଠାଉ ନାହାନ୍ତି। ମୁଁ ତାଙ୍କୁ ମେସେଜ୍‌ ଲେଖିଛି ଏବଂ ଲୋକମାନେ ତାଙ୍କ ସହ କଥା ହୋଇଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟ ବିରୋଧୀ ଦଳ ପାଇଁ ଏକ ଆହ୍ବାନ।
ସୂଚନାଯୋଗ୍ୟ, ବର୍ତ୍ତମାନର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଏମ. ଭେଙ୍କାୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେବ। ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଅଗଷ୍ଟ ୬ରେ ଅନୁଷ୍ଠିତ ହେବ। ନୂଆ ଉପରାଷ୍ଟ୍ରପତି ୧୧ ତାରିଖରେ ଶପଥ ନେବେ। ମାର୍ଗେଟ ଆଲ୍‌ଭାଙ୍କ ବିପକ୍ଷରେ ଏନ୍‌ଡିଏ ପକ୍ଷରୁ ଜଗଦୀପ ଧନଖର ପ୍ରାର୍ଥୀ ହୋଇଛନ୍ତି। ଧନକରଙ୍କ ବିଜୟ ନିଶ୍ଚିତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri