କାର୍ଯ୍ୟରେ ଅବହେଳାକଲେ ଚାକିରିରୁ ବିଦା

କୋରାପୁଟ,୧୭ା୭(ଅମିତାଭ ବେହେରା): ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ କୋରାପୁଟ ଜିଲାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ଯୋଜନାର ମଙ୍ଗଳବାର ସମୀକ୍ଷା କରିଛନ୍ତି।
ସଦ୍‌ଭାବନା ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତାକରି ଏମ୍‌ପି ମାଝୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଗୁରୁତ୍ୱାରୋପ କରିଥିଲେ। କାର୍ଯ୍ୟରେ ଅବହେଳା କଲେ ସିଧା ଚାକିରିରୁ ବିଦା କରାଯିବ ବୋଲି ଅଧିକାରୀମାନଙ୍କ ଉଦ୍ଦେଶ୍ୟରେ କହିଥିଲେ। ସେ କହିଲେ, ଏବେ କାମ ନ କଲେ କିମ୍ବା କାର୍ଯ୍ୟରେ ଅବହେଳାକଲେ ଆଉ ବରାଦାସ୍ତ କରାଯିବ ନାହିଁ। କୋଲାବ ଜଳ ଭଣ୍ଡାର ମରାମତି ଓ କେନାଲ ଖନନ, ଜଳଭଣ୍ଡାର ପାର୍ଶ୍ୱରେ ଅଧିକରୁ ଅଧିକ ଗଛ ଲଗାଇବା, ଚାଷୀଙ୍କ ପାଇଁ ଜଳସେଚନ ସୁବିଧା ପାଇଁ ଆସିଥିବା ୫ ଶହ କୋଟି ଟଙ୍କା ଏଯାବତ୍‌ ପଡ଼ିରହିବା ଏବଂ ବୈଠକରେ ଜଳସେଚନ ବିଭାଗର କୌଣସି ଅଧିକାରୀ ଉପସ୍ଥିତ ନ ଥିବାରୁ ଏମ୍‌ପି ମାଝୀ ଅସନ୍ତୋଷ ପ୍ରକାଶ କରିଥିଲେ। ଆମେ ବିଧାୟକ ଏବଂ ଏମ୍‌ପିମାନେ ୨୪ ଘଣ୍ଟା ସର୍ବସାଧାରଣଙ୍କ ବିକାଶ କାର୍ଯ୍ୟ କରିବାକୁ ଅଛୁ। ପୂର୍ବ ସରକାର ସମୟରେ ଅଧିକାରୀମାନେ ଅବହେଳା ଯୋଗୁ ଏବେ ମଧ୍ୟ କୋରାପୁଟ ଜିଲାର ବିକାଶ ହୋଇପାରିନାହିଁ ବୋଲି ସେ ପ୍ରକାଶ କରିଥିଲେ। ଏହି ବୈଠକରେ ଜିଲାପାଳ ଭି. କୀର୍ତ୍ତିଭାସନ, କୋରାପୁଟ ବିଧାୟକ ରଘୁରାମ ମାଛ, କୋଟପାଡ଼ ବିଧାୟକ ରୁପୁ ଭତ୍ରା ଏବଂ ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri