ନକଲି ଶିକ୍ଷକଙ୍କୁ ବହିଷ୍କାର ନିର୍ଦ୍ଦେଶ

ବାଲେଶ୍ୱର ଅଫିସ,୪।୩: ବାଲେଶ୍ୱର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଷଷ୍ଠ ଜିଲାପରିଷଦର ଚତୁର୍ଥ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାପରିଷଦ ଅଧ୍ୟକ୍ଷ ନାରାୟଣଚନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ଭଦ୍ରକ ଏମ୍‌ପିଙ୍କ ପ୍ରତିନିଧି ଅଶ୍ୱନୀ ମହାପାତ୍ର, ବାଲେଶ୍ୱର ଏମ୍‌ପିଙ୍କ ପ୍ରତିନିଧି ଉମାକାନ୍ତ ମହାପାତ୍ର, ନୀଳଗିରି ବିଧାୟକଙ୍କ ପ୍ରତିନିଧି ଗଙ୍ଗାଧର ମିଶ୍ର ପ୍ରମୁଖ ଯୋଗଦେଇ ଜିଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଏବଂ ସେଗୁଡ଼ିକର ସଫଳ ରୂପାୟନରେ ଦେଖାଦେଉଥିବା ସମସ୍ୟା ଓ ନିରାକରଣ ସମ୍ପର୍କରେ ଆଲୋଚନା କରିଥିଲେ।
ପୂର୍ବ ବୈଠକର ବିବରଣୀ ପ୍ରଦାନ ପରେ ୨୫ଟି ବିଭାଗର କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା। ଶିକ୍ଷା ବିଭାଗରେ ଆଲୋଚନା ସହ ଆସନ୍ତା ମେ’ ସୁଦ୍ଧା ବାକି ରହିଥିବା ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଶେଷ କରି ଜିଲାର ୧୨ଟି ବ୍ଲକରେ ଶିକ୍ଷାଦାନ ଆରମ୍ଭ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବିଭିନ୍ନ ବ୍ଲକରେ ଶିକ୍ଷକତା କରୁଥିବା ୧୨ଜଣ ନକଲି ଶିକ୍ଷକଙ୍କୁ ବହିଷ୍କାର ପାଇଁ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହାବ୍ୟତୀତ ଜିଲାର ୧୨ଟି ବ୍ଲକରୁ ୫ଟି ବ୍ଲକରେ ଖାଲି ପଡ଼ିଥିବା ବିଇଓଙ୍କ ପଦବୀ ପୂରଣ ପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ। ସେହିପରି ସ୍ବାସ୍ଥ୍ୟ ବିଭାଗ ଉପରେ ଆଲୋଚନାରେ ଆସନ୍ତା ୨ ମାସ ମଧ୍ୟରେ ଜିଲାରେ ୨ଶହ ନୂଆ ଡାକ୍ତର ନିଯୁକ୍ତି ଉପରେ ପ୍ରତିନିଧିମାନେ ଗୁରୁତ୍ୱାରୋପ କରିଥିଲେ। ଖାଦ୍ୟ ଓ ଯୋଗାଣ ବିଭାଗ ସମ୍ପର୍କରେ ଆଲୋଚନାରେ ଜିଲାର ମୋଟ୍‌ ପିଏଚ୍‌ଏଚ୍‌ ଯୋଜନାରେ ୪,୧୩,୭୦୮ ପରିବାରକୁ କାର୍ଡ଼ ଯୋଗାଇ ଦିଆଯାଇ ୧୫,୭୬,୦୪୨ଜଣ ହିତାଧିକାରୀଙ୍କୁ ଏଥିରେ ସାମିଲ କରାଯାଇଛି ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଥିଲେ। କୃଷି ଓ ଉଦ୍ୟାନ ବିଭାଗ ଦ୍ୱାରା ୨୦୨୨-୨୩ଆର୍ଥିକ ବର୍ଷରେ ଖରିଫ ଚାଷ ପାଇଁ ୨,୧୯,୬୭୦ହେକ୍ଟର ଜମି ଲକ୍ଷ୍ୟ ଧାଯର୍‌ୟ କରାଯାଇଥିବା ବେଳେ ୨,୧୫,୩୪୦ ହେକ୍ଟର ଜମିରେ ଚାଷ ଲକ୍ଷ୍ୟ ହାସଲ ହୋଇପାରିଛି ବୋଲି ଅଧିକାରୀ ସୂଚନା ଦେଇଥିଲେ। ଏମ୍‌ଜିଏନଆରଇଜିଏସ୍‌ ସମେତ ଅନ୍ୟାନ୍ୟ ଯୋଜନା ଉପରେ ଆଲୋଚନା ହୋଇଥିଲା। ଜିଲା ପରିଷଦର ସମସ୍ତ ସଦସ୍ୟଙ୍କ ସମେତ ବିଭିନ୍ନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ବିଭିନ୍ନ ବିଭାଗର ଅଧିକାରୀ ବୈଠକରେ ଅଂଶଗ୍ରହଣ କରିଥିଲେ। ଜିଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ସାହୁ ବୈଠକ ପରିଚାଳନା କରିଥିବା ବେଳେ ଉପାଧ୍ୟକ୍ଷା ଅନୁସୂୟା ପ୍ରଧାନ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?