ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୮ା୪: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ନେଇ ଆଗତ ମାମଲାକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ୩ଟି ଧାର୍ଯ୍ୟ ତାରିଖରେ ମାମଲାର ଶୁଣାଣିବେଳେ ଆବେଦନକାରୀ ଅନୁପସ୍ଥିତ ଥିବାରୁ ବିଚାରପତି ଦେବବ୍ରତ ଦାଶଙ୍କ ଖଣ୍ଡପୀଠ ମାମଲାକୁ ଖାରଜ କରିଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ବାଲେଶ୍ୱର ଏମ୍‌ପି ଭାବେ ନିର୍ବାଚିତ ହୋଇଥିବା ଭାଜପା ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରାର୍ଥିତ୍ୱକୁ ଚ୍ୟାଲେଞ୍ଜ କରି ଯଦୁନାଥ ସେଠୀ ୨୦୧୯ରେ ଏହି ପିଟିଶନ ଦାଏର କରିଥିଲେ। ଷଡ଼ଙ୍ଗୀ ନାମାଙ୍କନପତ୍ର ଦାଖଲବେଳେ ଦେଇଥିବା ସତ୍ୟପାଠ ସମ୍ପୂର୍ଣ୍ଣ ନୁହେଁ। ସତ୍ୟପାଠରେ ସେ ବହୁ ତଥ୍ୟ ଲୁଚାଇଛନ୍ତି। ସମ୍ପତ୍ତି, ବିଚାରାଧୀନ ମାମଲା ଓ ଅନ୍ୟ କେତେକ ପ୍ରସଙ୍ଗରେ ସେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିନାହାନ୍ତି ବୋଲି ଆବେଦନକାରୀ ଦର୍ଶାଇଥିଲେ। ତେଣୁ ତାଙ୍କ ଲୋକ ସଭା ସଦସ୍ୟ ପଦକୁ ଅସିଦ୍ଧ ଘୋଷଣା ପାଇଁ ଆବେଦନକାରୀ ହାଇକୋର୍ଟଙ୍କୁ ନିବେଦନ କରିଥିଲେ। ପ୍ରତିପକ୍ଷ ଷଡ଼ଙ୍ଗୀ ମଧ୍ୟ ଆଉ ଏକ ପିଟିଶନ ଦାଖଲ କରି ଇଭିଏମ୍‌ ଯାଞ୍ଚ ନିମନ୍ତେ ଅଦାଲତକୁ ଇଭିଏମ୍‌ ଆଣିବାକୁ ନିର୍ଦ୍ଦେଶ ଦେବା ପାଇଁ ନିବେଦନ କରିଥିଲେ। ତେବେ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା ଦାୟର କରିଥିବା ଆବେଦନକାରୀ ସେଠୀଙ୍କ ପକ୍ଷରୁ ଏପ୍ରିଲ ୧୩ ଓ ୧୪ରେ ମାମଲାର ଶୁଣାଣି ସମୟରେ କେହି ଉପସ୍ଥିତ ନ ଥିବା ଜଣାପଡିଥିଲା। ସେହିପରି ସୋମବାର ମଧ୍ୟ ଆବେଦନକାରୀ ଅନୁପସ୍ଥିତ ଥିବାରୁ ହାଇକୋର୍ଟ ମାମଲାକୁ ଖାରଜ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ବାଲେଶ୍ୱର ଲୋକ ସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଯଦୁନାଥ ସେଠୀ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri