ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୮ା୪: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ନେଇ ଆଗତ ମାମଲାକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ୩ଟି ଧାର୍ଯ୍ୟ ତାରିଖରେ ମାମଲାର ଶୁଣାଣିବେଳେ ଆବେଦନକାରୀ ଅନୁପସ୍ଥିତ ଥିବାରୁ ବିଚାରପତି ଦେବବ୍ରତ ଦାଶଙ୍କ ଖଣ୍ଡପୀଠ ମାମଲାକୁ ଖାରଜ କରିଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ବାଲେଶ୍ୱର ଏମ୍‌ପି ଭାବେ ନିର୍ବାଚିତ ହୋଇଥିବା ଭାଜପା ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରାର୍ଥିତ୍ୱକୁ ଚ୍ୟାଲେଞ୍ଜ କରି ଯଦୁନାଥ ସେଠୀ ୨୦୧୯ରେ ଏହି ପିଟିଶନ ଦାଏର କରିଥିଲେ। ଷଡ଼ଙ୍ଗୀ ନାମାଙ୍କନପତ୍ର ଦାଖଲବେଳେ ଦେଇଥିବା ସତ୍ୟପାଠ ସମ୍ପୂର୍ଣ୍ଣ ନୁହେଁ। ସତ୍ୟପାଠରେ ସେ ବହୁ ତଥ୍ୟ ଲୁଚାଇଛନ୍ତି। ସମ୍ପତ୍ତି, ବିଚାରାଧୀନ ମାମଲା ଓ ଅନ୍ୟ କେତେକ ପ୍ରସଙ୍ଗରେ ସେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିନାହାନ୍ତି ବୋଲି ଆବେଦନକାରୀ ଦର୍ଶାଇଥିଲେ। ତେଣୁ ତାଙ୍କ ଲୋକ ସଭା ସଦସ୍ୟ ପଦକୁ ଅସିଦ୍ଧ ଘୋଷଣା ପାଇଁ ଆବେଦନକାରୀ ହାଇକୋର୍ଟଙ୍କୁ ନିବେଦନ କରିଥିଲେ। ପ୍ରତିପକ୍ଷ ଷଡ଼ଙ୍ଗୀ ମଧ୍ୟ ଆଉ ଏକ ପିଟିଶନ ଦାଖଲ କରି ଇଭିଏମ୍‌ ଯାଞ୍ଚ ନିମନ୍ତେ ଅଦାଲତକୁ ଇଭିଏମ୍‌ ଆଣିବାକୁ ନିର୍ଦ୍ଦେଶ ଦେବା ପାଇଁ ନିବେଦନ କରିଥିଲେ। ତେବେ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା ଦାୟର କରିଥିବା ଆବେଦନକାରୀ ସେଠୀଙ୍କ ପକ୍ଷରୁ ଏପ୍ରିଲ ୧୩ ଓ ୧୪ରେ ମାମଲାର ଶୁଣାଣି ସମୟରେ କେହି ଉପସ୍ଥିତ ନ ଥିବା ଜଣାପଡିଥିଲା। ସେହିପରି ସୋମବାର ମଧ୍ୟ ଆବେଦନକାରୀ ଅନୁପସ୍ଥିତ ଥିବାରୁ ହାଇକୋର୍ଟ ମାମଲାକୁ ଖାରଜ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ବାଲେଶ୍ୱର ଲୋକ ସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଯଦୁନାଥ ସେଠୀ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri