ଶ୍ରୀମନ୍ଦିର ଦର୍ଶନ ନେଇ ଅବ୍ୟବସ୍ଥା

ପୁରୀ ଅଫିସ,୨୧।୩: ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଲୋକେ ଖରାରେ ସିଝିବା ସହ ପିଇବାପାଣି ପାଇଁ ଡହଳବିକଳ ହେଉଛନ୍ତି। ଏପରି କି ପ୍ରବଳ ଗହଳି ସାଙ୍ଗକୁ ଲମ୍ବାଧାଡ଼ିରେ ଦୀର୍ଘ ସମୟ ଛିଡ଼ା ହୋଇରହୁଥିବାରୁ ଅଧୈର୍ଯ୍ୟ ହୋଇ ଠେଲାପେଲା ଲାଗୁଛନ୍ତି। ଏଥିଯୋଗୁ ବେଳେବେଳେ ଦଳାଚକଟା ଭଳି ପରିସ୍ଥିତି ସୃଷ୍ଟି ହେଉଛି। ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଏଭଳି ଅବ୍ୟବସ୍ଥା ନେଇ ପୁରୀ ବିକାଶ ପରିଷଦର ସଭାପତି ଜଗନ୍ନାଥ ବସ୍ତିଆ ପ୍ରଶାସନ ବିରୋଧରେ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଏକ ମାମଲା ରୁଜୁ କରିଛନ୍ତି। ମାମଲାକୁ ବିଚାର ପାଇଁ କମିଶନ ଗ୍ରହଣ କରିଛନ୍ତି। ଅଭିଯୋଗରେ ବସ୍ତିଆ ଦର୍ଶାଇଛନ୍ତି ଯେ, ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ମାର୍କେଟ ଛକ ପର୍ଯ୍ୟନ୍ତ ଭକ୍ତଙ୍କ ଲମ୍ବାଧାଡ଼ି ଲାଗୁଛି। ସେମାନଙ୍କ ପାଇଁ ବିଶ୍ରାମସ୍ଥଳୀ ଓ ପାନୀୟଜଳ ବ୍ୟବସ୍ଥା ନାହିଁ। ବରିଷ୍ଠ ନାଗରିକ, ମହିଳା ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ସୁବିଧା ନାହିଁ। ଶ୍ରୀମନ୍ଦିର ଭିତରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନ ଥିବାରୁ ଠାକୁରଙ୍କୁ ଭକ୍ତ ଠିକ ଭାବେ ଦର୍ଶନ କରିପାରୁନାହାନ୍ତି। ଦର୍ଶନ ସମୟରେ ଧସ୍ତାଧସ୍ତିରେ ସୁନା ଅଳଙ୍କାର ଚୋରି ହୋଇଯାଉଛି। ସେହିଭଳି ମହିଳା ଭକ୍ତଙ୍କ ପ୍ରତି ଦୁର୍ବ୍ୟବହାର ଭଳି ଘଟଣା ବଢ଼ିବାରେ ଲାଗିଛି। ଠାକୁରଙ୍କ ସମ୍ମୁଖରେ କେତେଜଣ ସେବାୟତ ଦୀର୍ଘ ସମୟ ଥାଳି ଧରି ଠିଆ ହୋଇ ରହୁଥିବାରୁ ଦର୍ଶନରେ ସମସ୍ୟା ହେଉଛି। ଭକ୍ତମାନେ ଶ୍ରୀମନ୍ଦିରରୁ ଫେରି ତିକ୍ତ ଅନୁଭୂତି ବଖାଣୁଛନ୍ତି। ଭକ୍ତଙ୍କୁ ମୌଳିକ ସୁବିଧା ଯୋଗାଇଦେବାରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ବିଫଳ ହେଉଛନ୍ତି। ଶୃଙ୍ଖଳିତ ଓ ଅବାଧ ଦର୍ଶନ ଭକ୍ତର ଅଧିକାର। ତେଣୁ ପ୍ରଶାସନ ଏହାକୁ ନିଶ୍ଚିତ କରୁ ବୋଲି ପୁରୀ ବିକାଶ ପରିଷଦ ଦାବି କରିଛି। ଏହାଛଡ଼ା ବଡ଼ଦାଣ୍ଡ ବ୍ୟାରିକେଡ୍‌ ଓ ଶ୍ରୀମନ୍ଦିର ଭିତରେ ଛାମୁଣ୍ଡିଆ ନିର୍ମାଣ, ପ୍ରାଥମିକ ଚିକିତ୍ସା ସୁବିଧାର ଆବଶ୍ୟକତା ରହିଛି। ବିଶେଷକରି ଶ୍ରଦ୍ଧାଳୁମାନେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଠିଆ ହୋଇ ଅସହ୍ୟ ଖରା ତାତିକୁ ସହୁଥିଲେ ମଧ୍ୟ ପ୍ରଶାସନ ଚୁପ୍‌ ବସୁଛି। ଅନ୍ୟପକ୍ଷରେ ଗତ ଛତିଶାନିଯୋଗ ବୈଠକରେ ପାନୀୟ ଜଳ ଓ ବ୍ୟବସ୍ଥିତ ଦର୍ଶନ ସମ୍ପର୍କରେ ଆଲୋଚନା ହୋଇଥିଲେ ମଧ୍ୟ ଏହା ଠିକ ଭାବେ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳରେ ଶ୍ରଦ୍ଧାଳୁଙ୍କ ସମେତ ପୁରୀ ସହରବାସୀ ମଧ୍ୟ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ବୋଲି ବସ୍ତିଆ ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri