ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା

ଭୁବନେଶ୍ୱର,୧୧।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଛି। ସେଥିପାଇଁ ଲୋକେ ଟିକା ନେବାକୁ ଆତୁର। ଫଳରେ ଟିକାକରଣ କେନ୍ଦ୍ରରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳୁଛି। ଭୁବନେଶ୍ୱର, କଟକଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକମାନେ ସକାଳୁ ପ୍ରବଳ ଭିଡ଼ ଲଗାଉଛନ୍ତି। ଟିକାକରଣ କେନ୍ଦ୍ରରେ କୋଭିଡ୍‌ ନିୟମାବଳୀକୁ ନ ମାନି ଆଗୁଆ ଟିକା ନେବା ପାଇଁ ପରସ୍ପର ମଧ୍ୟରେ ଠେଲାପେଲା ଚାଲିଛି। ପୋଲିସ ମଧ୍ୟ ଏହି ଭିଡ଼କୁ ନିୟନ୍ତ୍ରଣ କରିପାରୁ ନାହିଁ। ପଞ୍ଜୀକୃତ ବ୍ୟକ୍ତି କେଉଁଦିନ ଓ କେଉଁଠି ଟିକା ନେବେ ସେ ନେଇ ମୋବାଇଲ୍‌କୁ ସୂଚନା ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଲୋକେ କୌଣସି ସୂଚନା ପାଇପାରୁ ନ ଥିବାରୁ ନିକଟସ୍ଥ ଟିକା କେନ୍ଦ୍ରରେ ଗହଳି ବଢ଼ୁଛି। ଏହାଦ୍ୱାରା କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି।
ଭଦ୍ରକ ଜିଲା ବାସୁଦେବପୁର ଡାକ୍ତରଖାନାରେ ସୋମବାର ଲୋକେ ଟିକା ନେବାକୁ ଠେଲାପେଲା ହେଉଥିଲେ। ସେମାନଙ୍କ ମଧ୍ୟରୁ ଅନେକ ପଞ୍ଜୀକରଣ ନ କରି ହସ୍ପିଟାଲକୁ ଟିକା ନେବାକୁ ଆସିଥିଲେ। ଭୋର ୪ଟାରୁ ପଞ୍ଜୀକରଣ କରିବାକୁ ଲମ୍ବା ଲାଇନ ଲାଗିଯାଉଛି। ଦୈନିକ ୪୦୦ ଲୋକଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା ଥିବାବେଳେ ୨୦୦୦ ଲୋକ ଲାଇନରେ ଛିଡ଼ା ହୋଇଥିଲେ। ଫଳରେ ପଞ୍ଜୀକରଣ ସରିବା ପରେ ସେଠାରେ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା। ପୋଲିସକୁ ଭିଡ଼ ନିୟନ୍ତ୍ରଣ କରିବାକୁ ପଡ଼ିଥିଲା।
ବାସୁଦେବପୁର ଭଳି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଥିଲା। ସେଠାରେ ଟିକା ନେବା ପାଇଁ ଲୋକମାନେ ଲମ୍ବା ଲାଇନରେ ଛିଡ଼ା ହୋଇଥିଲେ। ଲୋକମାନେ ସାମାଜିକ ଦୂରତା କଟକଣା ସମ୍ପୂର୍ଣ୍ଣ ଭାବେ ଭୁଲି ଯାଇଥିଲେ। ଟିକା ନେବା ପାଇଁ ଠେଲାପେଲା ହେଉଥିବା ଦେଖିବାକୁ ମିଳିଥିଲା।
କେନ୍ଦୁଝର ଜିଲା ଆନନ୍ଦପୁର ଟିକାକରଣ କେନ୍ଦ୍ରରେ ମଧ୍ୟ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଥିଲା। ଲୋକମାନେ ସାମାଜିକ ଦୂରତା ଭୁଲି ଟିକା ପାଇଁ ପ୍ରବଳ ଗହଳି ଲଗାଇଥିଲେ। ସ୍ଥିତି ଏଭଳି ହୋଇଥ୍‌ତ୍ଲା ଯେ ଭ୍ୟାକ୍ସିନେଶନ ସେଣ୍ଟରରେ ୧୫୦ ଟିକା ଥିବା ବେଳେ ହଜାରେରୁ ଅଧିକ ଲୋକ ଭିଡ଼ ଜମାଇଥିଲେ। କେହି କେହି ରାତି ୨ଟାରୁ ଆସି ଲାଇନ ଲଗାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri