ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା: ମହିଳାଙ୍କ ପଞ୍ଜରା ହାଡ଼ ଭାଙ୍ଗିଲା

ପୋଲସରା,୬।୭: ଗଞ୍ଜାମ ଜିଲା ପୋଲସରା ସହରର ରାଣୀପଡାସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ମଙ୍ଗଳବାର ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଦେଖିବାକୁ ମିଳିଛି। ଟିକାକରଣ ଲାଗି ଟିକାକରଣ କେନ୍ଦ୍ରରେ ଲୋକଙ୍କ ଗହଳି ଲାଗିଥିଲା। ଇତି ମଧ୍ୟରେ ଗହଳି ଭିତରେ ଟିକା ନେବା ଲାଗି ଆଗଭର ହେଉଥିବା ବେଳେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ପୋଲସରା ଥାନା ନିକଟ ଲକ୍ଷ୍ମଣପଲି ଗ୍ରାମର ଭାନୁମତି ସାହୁ। ଲୋକଙ୍କ ଠେଲା ଠେଲି ଭିତରେ ଭାନୁମତି ତଳେ ପଡିଯାଇଥିଲେ। ମହିଳା ଜଣକ ତଳେ ପଡିଯିବାପରେ ତାଙ୍କ ପଛରେ ଥିବା ଲୋକେ ତାଙ୍କ ଉପରେ ପଡି ଯାଇଥିଲେ। ଫଳରେ ଭାନୁମତିଙ୍କ ଛାତିର ପଞ୍ଜରା ହାଡ ଭାଙ୍ଗିଯାଇଥିଲା। ପରିବାର ପକ୍ଷରୁ ଭାନୁମତିଙ୍କୁ ଉଦ୍ଧାର କରାଯାଇ ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ପରେ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ୧୦୮ ଯୋଗେ ପଠାଯାଇଥିଲା। ସ୍ଥାନୀୟ ପ୍ରଶାସନର ଢିଲା ନୀତି ଯୋଗୁ ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖାଦେଇଥିଲା ବୋଲି ଆହତଙ୍କ ପୁଅ ପ୍ରତାପ ସାହୁ ପ୍ରକାଶ କରିଥିଲେ। ଘଟଣା ପରେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ, ତହସିଲଦାର ପ୍ରଦୀପ କୁମାର ନାୟକ ,ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଶ୍ନ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri