ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା, ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଲେ ବିଧାୟକ

କେସିଙ୍ଗା,୧୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର ଚରଣ ଦାଶ ଶନିବାର ପରିଦର୍ଶନ କରିଥିଲେ। ଉକ୍ତ ଗୋଷ୍ଠୀ କେନ୍ଦ୍ରର ଆନ୍ତଃ ବିଭାଗ, ପ୍ରସୂତି କାଳୀନ ଓ ଶିଶୁ ସ୍ବାସ୍ଥ୍ୟ ବିଭାଗକୁ ପରିଦର୍ଶନ କରିଥିଲେ। ସ୍ତ୍ରୀ ରୋଗ ଓ ପ୍ରସୂତି ବିଶେଷଜ୍ଞ ପ୍ରକୋଷ୍ଠରେ ଏକ ଆଲୋଚନା କରାଯାଇଥିଲା। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଯକ୍ଷ୍ମା ରୋଗୀଙ୍କ ଟିବି ଔଷଧ, ଫିନାଇଲ, ବିଭିନ୍ନ ପ୍ରକାର ଔଷଧ ସହ ସିରିଞ୍ଜ ମିଳୁ ନ ଥିବାର ଜାଣି ବିଧାୟକ କ୍ଷୋଭ ପ୍ରକାଶ କରିଥିଲେ। ରୋଗୀଙ୍କୁ ଉତ୍ତମ ଚିକିତ୍ସା କରିବା ପାଇଁ ଡାକ୍ତରମାନଙ୍କୁ ଉପଦେଶ ଦେଇଥିଲେ। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟା ଉପରେ ମୁଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରି ଜଣାଇବି ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨୦ଟି ପୁରୁଣା ପ୍ରକୋଷ୍ଠ ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଡ୍ରେନେଜ୍‌ର ସୁବିଧା ନାହିଁ। ରୋଗୀଙ୍କ ଅପେକ୍ଷା କରିବା ପାଇଁ ଓ୍ବେଟିଂ ହଲ୍‌ ନାହିଁ। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପାଷ୍ଟିକୁଡ଼ି ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରୁ ଅଲଗା କରିବା ପାଇଁ ବିଧାୟକଙ୍କୁ ଅଧ୍ୟକ୍ଷା ଦାବି ଜଣାଇଥିଲେ। ଏହି କେନ୍ଦ୍ରରେ ଏକ ଶବ ବାହକ ଗାଡ଼ି ନ ଥିବାରୁ ବହୁ ଅସୁବିଧା ହେଉଛି। ସେହିପରି ୮ଜଣ ଡାକ୍ତର ରହିବା ବଦଳରେ ୪ଜଣ ଡାକ୍ତର ଥିବାରୁ ରୋଗୀ ଚିକିତ୍ସା କ୍ଷେତ୍ରରେ ଘୋର ଅସୁବିଧା ହେଉଛି। ୮ଜଣ ଷ୍ଟାଫ୍‌ନର୍ସ ବଦଳରେ ୪ଜଣ ଷ୍ଟାଫ୍‌ନର୍ସ ଥିବାରୁ ଦିନ ରାତି ଡ୍ୟୁଟି କରିବାରେ ଘୋର ଅସୁବିଧା ହେଉଛି। ତେଣୁ ଆବଶ୍ୟକତା ଅନୁସାରେ ଡାକ୍ତର , ଆଉ ୪ଜଣ ଷ୍ଟାଫ୍‌ନର୍ସ ଦେବା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧ୍ୟକ୍ଷା ଡା.ପ୍ରଜ୍ଞା ପ୍ରତିଶ୍ରୁତି ମାଝୀି, ବିଧାୟକଙ୍କୁ ଦାବି ଜଣାଇଥିଲେ।
ଏହି ପରିଦର୍ଶନ ସମୟରେ ଡାକ୍ତର, ହିସାବ ରକ୍ଷକ ବି.ପ୍ରଧାନୀଙ୍କ ସମେତ ଷ୍ଟାଫ୍‌ନର୍ସ, କର୍ମଚାରୀ ଏବଂ କାଉନସିଲର ରୋହିତ ଜୈନ, ପୂର୍ବତନ କାଉନସିଲର ବିଜୟ ଦୀପ ପ୍ରମୁଖଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri