ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ ଚାଷୀଙ୍କ ଉନ୍ନତି ଲାଗି ସରକାରଙ୍କ ମାଳମାଳ ଯୋଜନା ରହିଛି। ଯାହାକୁ ନେଇ ଗଞ୍ଜାମ ଓ ଗଜପତି ଜିଲାର ଚାଷ ଜମିକୁ ଜଳସେଚିତ କରିବା ସହ ବିଦ୍ୟୁତ୍‌ ଉତ୍ପାଦନ ଉଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗଜପତି ଜିଲାର ଛେଳଗଡଠାରେ ବୃହତ୍ତ ଜଳଭଣ୍ଡାର ନିର୍ମାଣ କାର୍ଯ୍ୟ ଜାରି ରହିଛି। ହେଲେ ବିସ୍ଥାପନ କ୍ଷତିପୂରଣ ପ୍ରଦାନରେ ଅବହେଳାକୁ ନେଇ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି।

ଗଜପତି ଜିଲାର ଛେଳିଗଡ଼ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଗଞ୍ଜାମ ଓ ଗଜପତି ଜିଲାର ୬୨୬୦ ଏକର ଜମି ଜଳସେଚିତ ହେବ। ହେଲେ ଜଳଭଣ୍ଡାରରେ ବୁଡିିବ ତିଳିଗାଁ, ବିଦ୍ୟାଧରପୁର, ସୁଗୁବା, କାକିଲି ଓ ଚଡିଆପଦା ଗାଁ। ହେଲେ ଏହି ୫ଟି ଗାଁର ବିସ୍ଥାପିତଙ୍କୁ ଆଜି ପର୍ଯ୍ୟନ୍ତ ଥଇଥାନ ହୋଇପାରି ନାହିଁ। ସୁଗୁଗାଁର ୧୦୫ ପରିବାର, କାକିଲି ଗାଁର ୬୮ ପରିବାର, ତିଳିଗାଁର ୮୧ ପରିବାର, ଚଡିଆପଦା ଗାଁର ୭୨ ପରିବାର ଏବଂ ବିଦ୍ୟାଧରପୁର ଗାଁର ୫୨ ପରିବାରର ପାଇଁ ପ୍ରଶାସନ ଜମି ଚିହ୍ନଟ କରିଥିବା ବେଳେ ଆଜି ପର୍ୟ୍ୟନ୍ତ ଜମି ପଟ୍ଟା ସହ ଘର ନିର୍ମାଣ ହୋଇପାରି ନାହିଁ।

ଯାହାକୁ ନେଇ ବିସ୍ଥାପିତଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। ଯଦି ବୁଡି ଅଞ୍ଚଳବାସୀଙ୍କୁ ବୁଝାଇବାକୁ ୩ ଦଶନ୍ଧି ଲାଗିଲାଣି ତା ହେଲେ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ଆଉ କେତେ ବର୍ଷ ଲାଗିବ ତାହା ପ୍ରଶ୍ନବାଚୀ ସୃଷ୍ଟି ହେବାରେ ଲାଗିଛି ।

ଅନ୍ୟପକ୍ଷେ ଗଜପତି ଜିଲାର ଅଧିକାଂଶ ପାହାଡ଼ିଆ ଗାଁରେ ଭୂସ୍ଖଳନ ଭୟ ଲାଗି ରହିଛି ହେଲେ ବିସ୍ଥାପିତଙ୍କୁ ପାହାଡ଼ ଉପରେ ଜାଗା ଚିହ୍ନଟ ହୋଇଛି। ଅନ୍ୟପକ୍ଷେ ନୂତନ ଭାବେ ଗଜପତି ଜିଲାରେ ଦାୟିତ୍ୱ ନେଇଥିବା ଜିଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଏହି ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିବା ସହ ବିସ୍ଥାପିତଙ୍କ ସହ ଆଲୋଚନା କରିଥିଲେ। ତୁରନ୍ତ ସମସ୍ତ ସମସ୍ୟାର ସମାଧାନ କରାଯିବା ନେଇ ଗଜପତି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?