ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟିବାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଖବର ପାଇ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ଫୋର୍ସ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନ କାଟୁଥିବା ମହିଳାଙ୍କୁ ଜମିରେ ପୋଲିସ ବାରଣ ସତ୍ତ୍ୱେ ଧାନ କଟା ହୋଇଥିଲା। ଏ ନେଇ ରାମନଗର-ଗୁପ୍ତଗିରି ମୁଖ୍ୟ ରାସ୍ତାରେ କେତେକ ମହିଳା ଭାଗ ଚାଷୀଙ୍କ ସହିତ ଗ୍ରାମର କେତେକ ଲୋକ ପୋଲିସ ଗାଡ଼ି ଆଗରେ ଧାରଣା ଦେଇ ନ୍ୟାୟ ପାଇଁ ଦାବି କରିଥିଲେ। ଖବର ପାଇ ଏସ୍‌ଡିପିଓ ଜ୍ୟୋତି ରଞ୍ଜନ ଗୌଡ଼ ଓ ମହାକାଳପଡ଼ା ଥାନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ର ପହଞ୍ଚି ଲୋକଙ୍କୁ ବୁଝା ଶୁଝା କରିଥିଲେ। ପରେ ଅପରାହ୍ନରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଗ୍ରାମରେ ମହିଳା ଭାଗଚାଷୀ ସୋନାଲି ମାନ୍ନା, ରଶ୍ମୀ ମଣ୍ଡଳ, ମମନୀ ପଢ଼ିଆରି, ସବିତା ପାତ୍ର, ମଞ୍ଜୁ ପଢ଼ିଆରୀ, ସୁରମା ପାତ୍ର, ସନ୍ଧ୍ୟା ପାତ୍ର, ଦେବୀକା ପାତ୍ର ଓ ସୁଚିତ୍ରା ମଣ୍ଡଳ ଓ ଗୌରୀ ମାନ୍ନାଙ୍କ ସମେତ ବହୁ ସଂଖ୍ୟାରେ ମହିଳା ପୁରୁଷ ଚାଷୀ ଉକ୍ତ ଜମିକୁ ବାପା ଜେଜେବାପାଙ୍କ ପୂର୍ବ ପିଢ଼ିରୁ ଚାଷ କରି ପରିବାର ପ୍ରତିପୋଷଣ କରନ୍ତି। ଅପରପକ୍ଷରେ ଏହି ଗ୍ରାମର ହାବୁ ନନ୍ଦ ଦଖଲ କରି ଭାଗ ଲଗାଇଥିଲେ ବୋଲି କୁହାଯାଇଛି। ତେବେ ହାବୁନନ୍ଦଠାରୁ ଉକ୍ତ ଜମିକୁ ଶିଶିର ରାଉତ ନାମକ ବ୍ୟକ୍ତି କିଣିଥିବା କୁହାଯାଉଛି। ଜମି କିଣିବା ପରେ ଦଖଲକୁ ନେଇ ଶିଶିର ରାଉତ ଓ ଗ୍ରାମର ମହିଳା ଭାଗ ଚାଷୀଙ୍କ ମଧ୍ୟରେ ବିବାଦ ଲାଗିଥିଲା । ତେବେ ଉଭୟ ପକ୍ଷଙ୍କୁ ପୋଲିସ ଥାନାକୁ ଡାକି ଜମି ବାଡ଼ି ସଂକ୍ରାନ୍ତୀୟ ରେକର୍ଡ ଦାଖଲ କରିବା ପାଇଁ କହିଛନ୍ତି। ଉକ୍ତ ଜମି କାହାର ରେକର୍ଡ ଯାଞ୍ଚ ପରେ ଜଣା ପଡ଼ିବ ବୋଲି ଥାନା ଅଧିକାରୀ କହିଛନ୍ତି। ପେଟଛେଲା ରାଜସ୍ବ ସର୍କଲ ଇନ୍ସପେକ୍ଟର ମଞ୍ଜୁଲତା ମାଝୀଙ୍କୁ ପଚାରିବାରୁ ଉକ୍ତ ବିବାଦୀୟ ଜମି ଗ୍ରାମ୍ୟ ଜଙ୍ଗଲ କିସମ ଥିବା କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri