ଝରଣାପାଣିକୁ ନେଇ ଦୁଇ ପଞ୍ଚାୟତରେ ବିବାଦ: କାର୍ଯ୍ୟ ବନ୍ଦ ରଖିଲେ ତହସିଲଦାର

ଦିଗପହଣ୍ଡି,୫ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କେରାଣ୍ଡିମାଳ ପାହାଡ଼ରୁ ଆସୁଥିବା ଝରଣାପାଣିକୁ ନେଇ ବି.ତୁରୁବୁଡ଼ି ଓ ବଡଡୁମୁଳା ପଞ୍ଚାୟତ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏହି ବିବାଦୀୟ ଅଭିଯୋଗ ଦିଗପହଣ୍ଡି ତହସିଲ୍‌ରେ ପହଞ୍ଚିବା ପରେ ତହସିଲଦାର ସିପକ୍‌ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ବେହେରା ଘଟଣାସ୍ଥଳରେ ପହଞ୍ଚି ନିର୍ମାଣ କାର୍ଯ୍ୟକୁ ବନ୍ଦ କରି ଆପୋସ ସମାଧାନ କରିଛନ୍ତି। କେରାଣ୍ଡିମାଳ ପାହାଡ଼ରୁ ଏକ ଚିରସ୍ରୋତା ଝରଣା ପାଣି ମାଗୁରାନାଳରେ ପଡ଼ି ବି.ତୁରୁବୁଡି ପଞ୍ଚାୟତର ୪ ଶହ ହେକ୍ଟର୍‌ ଜମିରେ ଜଳସେଚିତ ହେଉଥିଲା। ଏହାଦ୍ୱାରା ପଞ୍ଚାୟତର ସାନଆମ୍ବପୁର,ବଡ଼ଆମ୍ବପୁର,ପଟିଗୁଡ଼ା ଓ ଝରିପଦର ଗ୍ରାମର ବହୁ ଚାଷୀ ଉପକୃତ ହେଉଥିଲେ। ଏପରିକି ଚିର ମରୁଡ଼ି ସତ୍ତ୍ୱେ ସମ୍ପୃକ୍ତ ଚାଷଜମି ପ୍ରଭାବିତ ହେଉ ନ ଥିଲା। ଏହି ୪ ଗ୍ରାମ ପାଇଁ ଝରଣା ପାଣି ପ୍ରକୃତିର ବରଦାନ ହୋଇଥିଲା। କିନ୍ତୁ ବଡ଼ପୁମୁଳା ପଞ୍ଚାୟତ ବଡ଼ପଲ୍ଲୀ ଗ୍ରାମର ଚାଷୀମାନେ ଏହି ସ୍ରୋତର ଗତିପଥ ବଦଳାଇ ସେମାନଙ୍କ ଜମିକୁ ଜଳସେଚନ କରିବା ପାଇଁ ଏମ୍‌ଜି ନରେଗା ପାଣ୍ଠିରୁ ବିନିଯୋଗ କରି ଘଟଣାସ୍ଥଳରେ ଏକ ଚେକ୍‌ ଡ୍ୟାମ୍‌ ନିର୍ମାଣ ପାଇଁ ଉଦ୍ୟମ କରିବାରୁ ପୂର୍ବରୁ ଉପକୃତ ହେଉଥିବା ବି.ତୁରୁବୁଡି ପଞ୍ଚାୟତର ୪ ଗ୍ରାମର ବହୁ ଚାଷୀ ଏକତ୍ରିତ ହୋଇ ସ୍ଥାନୀୟ ସରପଞ୍ଚଙ୍କ ସହାୟତାରେ ଦିଗପହଣ୍ଡି ତହସି୍‌ଲଦାର କାର୍ଯ୍ୟାଳୟରେ ପହଞ୍ଚି ଆନ୍ଦୋଳନ କରିବା ସହ ତହସି୍‌ଲଦାରଙ୍କ ଅନୁପସ୍ଥିିତିରେ ଏନେଇ ଅତିରିକ୍ତ ତହସି୍‌ଲଦାର ରମେଶ ଚନ୍ଦ୍ର ପ୍ରଧାନଙ୍କୁ ଦସ୍ତଖତ ସମ୍ବଳିତ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଅଭିଯୋଗ ପାଇ ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ତହସି୍‌ଲଦାର ରମେଶ ଚନ୍ଦ୍ର ବେହେରା ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ଅବସ୍ଥାକୁ ଅନୁଧ୍ୟାନ କରିବା ସହ ସେଠାରେ ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ କରି ଦେଇଥିଲେ। ଫଳରେ ମାଗୁରନାଳରେ ଚେକ୍‌ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ପାଇଁ ଯେଉଁ ଚାଷୀମାନେ ଦାବି କରିଥିଲେ ସେମାନେ ଅଡୁଆରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri