Posted inଜାତୀୟ

ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ଦିଆ ନ ଯାଉ ଲଢ଼ିବା ସୁଯୋଗ

ନୂଆଦିଲ୍ଲୀ, ୨୩।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ସୁପ୍ରିମକୋର୍ଟରେ ଏକ ପୁରୁଣା ମାମଲା ଉପରେ ବୁଧବାର ପିଟିଶନ ଦାଖଲ କରାଯାଇଛି। ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ଅଯୋଗ୍ୟ ଘୋଷିତ କିମ୍ବା ନିଜେ ଇସ୍ତଫା ଦେଇଥିବା ବିଧାୟକଙ୍କ ପ୍ରତିଦ୍ୱନ୍ଦ୍ୱିତା ଉପରେ ୫ ବର୍ଷ ପର୍ଯ୍ୟନ୍ତ କଟକଣା ଲାଗୁ କରାଇବା ପାଇଁ ଏଥିରେ ନିବେଦନ କରାଯାଇଛି।

ମଧ୍ୟପ୍ରଦେଶର କଂଗ୍ରେସ ନେତା ଜୟା ଠାକୁର ୨୦୨୧ରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ମହାରାଷ୍ଟ୍ରର ସଦ୍ୟ ରାଜନୈତିକ ଘଟଣାକ୍ରମ ପରେ ସେ ପୁନର୍ବାର ତାଙ୍କ ଆବେଦନର ବିଚାର ପାଇଁ ଅନୁରୋଧ କରିଛନ୍ତି। ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ମହାରାଷ୍ଟ୍ରରେ ୨୦୨୨ ଜୁନ୍‌ ୧୮ରୁ ୨୨ ତାରିଖ ମଧ୍ୟରେ ସମାନ ଘଟଣାର ପୁନରାବୃତ୍ତି ଦେଖିବାକୁ ମିଳିଛି। ଦେଶର ସାମ୍ବିଧାନିକ ମୂଲ୍ୟବୋଧକୁ ଏହି ରାଜନୈତିକ ଦଳଗୁଡ଼ିକ ପୁଣି ନଷ୍ଟ କରିବା ପାଇଁ ଉଦ୍ୟମ ଚଳାଇଛନ୍ତି। ତେଣୁ ତାଙ୍କ ଆବେଦନର ତ୍ୱରିତ ବିଚାର କରାଯାଉ ବୋଲି ସେ ଅନୁରୋଧ କରିଛନ୍ତି।

ତାଙ୍କ ମତରେ ସମ୍ବିଧାନର ଦଶମ ପରିଚ୍ଛେଦ ଅନୁଯାୟୀ, ଗୃହର ଜଣେ ସଦସ୍ୟ ଅଯୋଗ୍ୟ ଘୋଷିତ ହେଲେ ସେ ନିର୍ବାଚିତ ହୋଇଥିବା ଅବଧି ମଧ୍ୟରେ ତାଙ୍କୁ ପୁନଃ ନିର୍ବାଚନ ଲଢ଼ିବା ପାଇଁ ସୁଯୋଗ ଦିଆଯିବା ଅନୁଚିତ। ଉକ୍ତ ପିଟିଶନରେ ଜୟା ୨୦୧୯ର କର୍ନାଟକ ପଲିଟିକାଲ ହାଇଡ୍ରାମା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ସେହି ସମୟରେ ଶାସକ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବଂ କଂଗ୍ରେସର ୧୭ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌. ଡି. କୁମାରସ୍ବାମୀଙ୍କ ସରକାର ଭାଙ୍ଗି ଯାଇଥିଲା।

ତତ୍କାଳୀନ ବାଚସ୍ପତି ରମେଶ କୁମାର ବିଧାୟକମାନଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଅଯୋଗ୍ୟ ଘୋଷଣା କରିଥିଲେ। ସେହି ବିଧାୟକଙ୍କ ମଧ୍ୟରୁ ୧୧ ଜଣ ଉପନିର୍ବାଚନରେ ପୁଣି ଲଢ଼ି ବିଧାନସଭାକୁ ଆସିଥିଲେ। ୧୧ ଜଣଙ୍କ ମଧ୍ୟରୁ ୧୦ ଜଣଙ୍କୁ ବି. ଏସ୍‌. ୟେଦୁରେପ୍ପା ସରକାରଙ୍କ କ୍ୟାବିନେଟ୍‌ରେ ମନ୍ତ୍ରୀ ପଦ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri