ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।

ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଥିବା ବେଳେ ଏହାକୁ ଅବମାନନା କରି ତୁମୁଡିବନ୍ଧ ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର କାର୍ଯ୍ୟାଳୟରେ ତାଲା ପଡି ବନ୍ଦ ରଖିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।

ଅନ୍ୟପକ୍ଷେ କୃଷି ଅଧିକାରୀ ଜଣକ କାର୍ଯ୍ୟାଳୟରେ ଉପସ୍ଥିତି ନ ରହି ଗାଁକୁ ଚାଲିଯାଇଥିବା ସୂଚନା ମିଳିଛି l ଏନେଇ କୃଷି ଅଧିକାରୀ ସରୋଜ କୁମାର ଶତପଥୀଙ୍କୁ ତାଙ୍କ ମୋବାଇଲ ନମ୍ବରରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିଲା। ଏହି ଘଟଣାକୁ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷା ବାସନ୍ତୀ ମାଝୀ ନିନ୍ଦା କରିବା ସହିତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେହିପରି ତୁମୁଡିବନ୍ଧର ଯୁବ ଗୋଷ୍ଠୀ ମଧ୍ୟ ଅନୁରୂପ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri