କ୍ଷୁଦ୍ର ଚଳଚ୍ଚିତ୍ରରେ ଜଗନ୍ନାଥଙ୍କୁ ଅସମ୍ମାନ

ଯାଜପୁର ଅଫିସ,୧୧ା୯: ଓଟିଟି ପ୍ଲାଟ୍‌ଫର୍ମ ଡିଜ୍‌ନି ପ୍ଲସ୍‌ ହଟ୍‌ ଷ୍ଟାରରେ ପ୍ରସାରିତ ହିନ୍ଦୀ ଶଟ ଫିଲ୍ମ ‘ମିଆଁ ବିବି ଔର ବାନାନାରେ ଜଗତର ନାଥ ଜଗନ୍ନାଥଙ୍କୁ ଅସମ୍ମାନିତ କରାଯାଇଛି। ଏହି ମର୍ମରେ ବ୍ୟାସନଗର ଭୋକେଶନାଲ କଲେଜର ଅଧ୍ୟାପକ ଦେବୀ ପ୍ରସାଦ ଦାସ ଯାଜପୁର ରୋଡ୍‌ ଥାନାର ସିଟିଜେନ ପୋର୍ଟାଲରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ୨୦ ମିନିଟ ଅବଧି ବିଶିଷ୍ଟ ‘ମିଆଁ ବିବି ଔର ବାନାନା’ କମେଡି ଫିଲ୍ମ ୨୦୧୯ରେ ରିଲିଜ୍‌ ହୋଇଥିଲା। ନୀନା ଶ୍ରୀବାସ୍ତବ ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଥିବାବେଳେ ଫିଲ୍ମଟି ସାନିଟାରୀ ନାପ୍‌କିନ ଉପରେ ଆଧାରିତ ହୋଇଛି। ଏହି ଫିଲ୍ମରେ ଏକ ମଶାର ନାମ ଜଗନ୍ନାଥ ରହିଛି। ଏପରି କି ଷ୍ଟୋରୀକୁ ବର୍ଣ୍ଣନା କରୁଥିବା ଜଣେ ମହିଳା ନିଜକୁ ଜଗନ୍ନାଥଙ୍କ ବିଧବା ନାରାୟଣୀ ଭାବେ ପରିଚୟ ଦେଉଛନ୍ତି। ଏହି ଷ୍ଟୋରୀରେ ଯେଉଁସବୁ ସଂଳାପ ରହିଛି ସେଗୁଡ଼ିକ ଅତ୍ୟନ୍ତ ଅସହ୍ୟନିୟ। ଜଗନ୍ନାଥ ହେଉଛନ୍ତି ଆମର ଆରାଧ୍ୟ ଦେବତା। ଏଭଳି ଉଚ୍ଚାରଣ ସାରା ଓଡ଼ିଶା ଏବଂ ବିଶ୍ୱବାସୀଙ୍କୁ ଆଘାତ ଦେଇଛି। ଆମ୍ଭର ଭଗବାନଙ୍କୁ ଏପରି ଭାବେ ଅସମ୍ମାନ ଦେବା କାହାରି ଅଧିକାର ନାହିଁ ବୋଲି ଦାସ ନିଜର ଅଭିଯୋଗରେ ଦର୍ଶାଇବା ସହ ସମ୍ପୃକ୍ତ ଫିଲ୍ମର ନିର୍ଦ୍ଦେଶିକା ଶ୍ରୀବାସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଯଦି ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରେ ତେବେ ଫିଲ୍ମ ନିର୍ମାତାଙ୍କ ବିରୋଧରେ ସେ ଅଦାଲତଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି। ଏ ସମ୍ପର୍କରେ ଯାଜପୁର ରୋଡ ଥାନା ଅଧିକାରୀ ଉପେନ୍ଦ୍ର ପ୍ରଧାନଙ୍କୁ ପଚାରିବାରେ ସେଭଳି ଅଭିଯୋଗ ଉପରେ କୌଣସି ମାମଲା କିମ୍ବା ଡାଏରୀ ହୋଇପାରେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri