ଭଞ୍ଜନଗର,୨୬।୯(ଡି.ଏନ.ଏ): ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସ୍ବାଧୀନତା ଦିବସରେ ପ୍ରତ୍ୟେକ ଘର ସମ୍ମୁଖରେ ଜାତୀୟ ପତାକା ଉଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ପୋଷ୍ଟ ଅଫିସଗୁଡିକରେ ଜାତୀୟ ପତାକା ବିକ୍ରି କରାଯାଇଥିଲା। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକଙ୍କୁ ମାଗଣାରେ ଜାତୀୟ ପତାକା ବାଣ୍ଟିବା ପାଇଁ ଘୋଷଣା କରାଯାଇଥିଲା। ତେବେ ସେ ସମୟରେ ଉଡୁଥିବା ଜାତୀୟ ପତାକା ଏବେ କେଉଁଠି ଛିଣ୍ଡି ତଳେ ପଡ଼ିଛି ତ ଆଉ କେଉଁଠି ଠିକ୍ ଭାବେ ଉଡୁନାହିଁ । ଭଞ୍ଜନଗର ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ନିକଟସ୍ଥ ଏକ କ୍ୱାର୍ଟର୍ସରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଥିବା ଦେଖାଯାଉଛି। ପତାକାରେ ଲାଗିଥିବା ବାଡ଼ି ଭାଙ୍ଗିଯାଇଥିବାରୁ ପତାକାଟି ଓଲଟା ଝୁଲି ରହିଛି ା ଏ ନେଇ ସମ୍ପୃକ୍ତ କାର୍ଯ୍ୟାଳୟର କର୍ମଚାରୀମାନେ ଦେଖୁଥିଲେ କେହି ଠିକ୍ ଭାବେ ଲଗାଉନାହାନ୍ତି ଏହାକୁ ନେଇ ଅସନ୍ତୋଷ ଦେଖାଦେଉଛି।
ଅନ୍ୟପକ୍ଷରେ ରାଜ୍ୟରେ ମିଶନ ଶକ୍ତି ମାଧ୍ୟମରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ଜାତୀୟ ପତାକା ପ୍ରସ୍ତୁତ କରିବା ଦାୟିତ୍ୱ ଦିଆଯାଇଥିଲା। ମହିଳା ଗୋଷ୍ଠୀ ଏହି ଦାୟିତ୍ୱ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ହେଲେ ସ୍ବୟଂ ସହାୟିକା ଗୋଷ୍ଠୀ ପ୍ରସ୍ତୁତ କରିଥିବା ଜାତୀୟ ପତାକା ସେ ସମୟରେ ଲୋକଙ୍କ ପାଖରେ ଠିକ୍ ଭାବେ ପହଞ୍ଚିନଥିବା ଜଣାପଡ଼ିଛି। ବେଲଗୁଣ୍ଠା ବ୍ଲକରେ ଅଙ୍ଗନୱାଡ଼ି କର୍ମୀମାନେ ନିଜ ହାତରୁ ଅଳ୍ପ କେତୋଟି ଜାତୀୟ ପତାକା କିଣି କାମ ଚଳାଇଥିଲେ। ପ୍ରଶାସନ ପକ୍ଷରୁ ସେମାନଙ୍କୁ ପତାକା ଦିଆଯାଇ ନ ଥିବା ଜଣାପଡ଼ିଛି। ସେହିଭଳି ଭଞ୍ଜନଗର ବ୍ଲକରେ ମଧ୍ୟ ଅଙ୍ଗନୱାଡ଼ି କର୍ମୀ ମାନେ ନିଜ ନିଜ ଅଞ୍ଚଳର ୫ରୁ ୧୦ ଘରକୁ ଗୋଟିଏ ଲେଖାଏ ଜାତୀୟ ପତାକା ବାଣ୍ଟିଥିଲେ। ଏ ନେଇ ଭଞ୍ଜନଗର ସିଡ଼ିପିଓ ବିଷ୍ଣୁପ୍ରିୟା ସେଠୀଙ୍କୁ ପଚାରିବାରେ ଜାତୀୟ ପତାକା ବଣ୍ଟନ ନେଇ ତାଙ୍କ ପାଖରେ ଠିକ୍ ତଥ୍ୟ ନାହିଁ, ଯାହା ଆସିଥିଲା ତାହା ଅଙ୍ଗନୱାଡ଼ି କର୍ମୀମାନଙ୍କ ସହାୟତାରେ ବଣ୍ଟାଯାଇଥିବା କହିଥିଲେ। ବେଲଗୁଣ୍ଠା ସିଡ଼ିପିଓ ଗାୟତ୍ରୀ ମିଶ୍ର ମୋବାଇଲ ଫୋନ ଉଠାଇ ନ ଥିବାରୁ ତାଙ୍କ ମତାମତ ନିଆଯାଇପାରିନାହିଁ ।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…
ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
Archives


