ପୂଜ୍ୟପୂଜାଙ୍କୁ ଅସମ୍ମାନ

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲାରେ ପୂଜ୍ୟପୂଜାଙ୍କୁ ଉପଯୁକ୍ତ ସମ୍ମାନ ମିଳୁନାହିଁ। ମହାପୁରୁଷଙ୍କ ଜୟନ୍ତୀ, ତିରୋଧାନ ଦିବସରେ ସହରରେ ସ୍ଥାପିତ ପ୍ରତିମୂର୍ତ୍ତିରେ ନାମକୁ ମାତ୍ର ଫୁଲମାଳ ପକାଇ ପ୍ରଶାସନ ଦାୟିତ୍ୱ ସାରିଦେଉଥିବାବେଳେ ଅନ୍ୟଦିନରେ ପରିତ୍ୟକ୍ତ ଅବସ୍ଥାରେ ଧୂଳିଧୂସରିତ ହୋଇ ପଡ଼ିରହୁଛି। ଏଭଳି ଅବହେଳାକୁ ନେଇ କ୍ଷୋଭବ୍ୟକ୍ତ କରିଛି ଢେଙ୍କାନାଳ ଥିଙ୍କର୍ସ ଫୋରମ୍‌। ଜିଲାର ଐତିହ୍ୟ, ସଂସ୍କୃତି, ସାହିତ୍ୟ ଏବଂ ଗଡ଼ଜାତ ଆନ୍ଦୋଳନ ସହ ଜଡ଼ିତ ବ୍ୟକ୍ତିବିଶେଷ ପରପିଢ଼ି ପାଇଁ ଆଦର୍ଶ ହୋଇଥିବାବେଳେ ସେମାନଙ୍କ ସ୍ମୃତିସ୍ଥଳର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବାକୁ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି।
ଭାରତୀୟ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଉପଲକ୍ଷେ ଫୋରମ୍‌ ପକ୍ଷରୁ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଥିବା ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ତେବେ ଏହା ନିକଟରେ ଥିବା ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସ ଏବଂ ଢେଙ୍କାନାଳ ମାଟିର ବିଶିଷ୍ଟ କବି ବ୍ରଜନାଥ ବଡ଼ଜେନାଙ୍କ ପ୍ରତିମୂର୍ତ୍ତି ପରିତ୍ୟକ୍ତ ହୋଇପଡ଼ିଥିଲା। ଏହାକୁ ଦେଖି କ୍ଷୋଭବ୍ୟକ୍ତ କରିଥିଲେ ଫୋରମ୍‌ ସଦସ୍ୟ। ସେମାନେ ମିଳିତ ହୋଇ ଉଭୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତିକୁ ସଫା କରିବା ସହ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ବିଜ୍ଞାନକେନ୍ଦ୍ର ନିକଟସ୍ଥ ପାହାଡ଼ରେ ଥିବା ଢେଙ୍କା ଶବର ପୀଠରେ ପୂଜାର୍ଚ୍ଚନା କରାଯାଇଥିଲା। ଢେଙ୍କାନାଳରେ ଢେଙ୍କା ଶବରଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରିବା ଲାଗି ଫୋରମ୍‌ ସଦସ୍ୟ ଦାବି କରିଥିଲେ। ସଭାପତି ସୋମେନ୍ଦୁ ଶତପଥୀ, ପ୍ରକାଶଚନ୍ଦ୍ର ରାଉତ, କୋଷାଧ୍ୟକ୍ଷ ବୈକୁଣ୍ଠ ବିହାରୀ ଦ୍ୱିବେଦୀ, ବିଶ୍ୱଜିତ ବରାଳ, ଭୋଜରାଜ ସାହୁ, ସୁଶୀଲ ନନ୍ଦ, ବିବେକାନନ୍ଦ ଷଡ଼ଙ୍ଗୀ, ନଜରୁଲ ଇସଲାମ, ହୃଦୟାନନ୍ଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri