ମହାପ୍ରଭୁଙ୍କୁ ଅବମାନନା: ପିକ୍‌ଅପ୍‌ରେ ବାନ୍ଧିନେଲେ ଜଗନ୍ନାଥଙ୍କୁ

ରୂପସା,୯।୯(ଡି.ଏନ୍‌.ଏ.): କୋଟିକୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା, ଜଗତରନାଥ ଶ୍ରୀ ଜଗନ୍ନାଥଙ୍କ ପ୍ରତି ଅସମ୍ମାନ। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାଠାରେ ଏକ ପିକ୍‌ଅପ୍‌ ଭ୍ୟାନରେ ଦୟନୀୟ ଅବସ୍ଥାରେ ଜଗନ୍ନାଥଙ୍କ ମୂର୍ତ୍ତିକୁ ବାନ୍ଧି ନିଆଯାଉଥିବା ଦୃଶ୍ୟକୁ ଜଣେ କାର ଡ୍ରାଇଭର ଗୁରୁବାର ମୋବାଇଲରେ କଏଦ କରି ସୋସିଆଲ ମିଡ଼ିଆରେ ଭାଇରାଲ କରିଥିଲେ। ଏହାକୁ ବିଭିନ୍ନ ମହଲରୂ ତୀବ୍ର ନିନ୍ଦା କରାଯିବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ଏହାର ପ୍ରତିବାଦରେ ଶୁକ୍ରବାର ବସ୍ତା ଛାତ୍ର କଂଗ୍ରେସ ପକ୍ଷରୁ ବସ୍ତା ଥାନା ଆଇଆଇସି ବାରିଣୀ ଦାସଙ୍କୁ ଏ ସମ୍ପର୍କରେ ଏତଲା ଦିଆଯାଇଛି। ଅବମାନନା କରିଥିବା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଥାନା ଅଧିକାରୀଙ୍କ ସହିତ ଆଲୋଚନା କରାଯାଇଛି। ଜାତୀୟ ରାଜପଥ ଦେଇ ଏକ ଟେଣ୍ଟ ହାଉସ ସଂସ୍ଥା ଶିବଶକ୍ତି ଡେକୋରଟର ଲେଖା ଥିବା ଏକ ପିକ୍‌ଅପ୍‌ରେ ବାଉଁଶ ବୋଝେଇ ସହିତ ଜଗନ୍ନାଥ ମହାପ୍ରଭୁଙ୍କ ମୁର୍ତ୍ତିକୁ ପଛରେ ଓହଳାଇ ଦଉଡିରେ ବାନ୍ଧି ନିଆଯାଉଥିଲା।
ଏହି ଦୃଶ୍ୟ ଭାଇରାଲ ହେଲା ପରେ ବସ୍ତା ଛାତ୍ର କଂଗ୍ରେସ ପକ୍ଷରୁ ଜିଲା କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ସୁଧାଂଶୁ ଶେଖର ଯେନାଙ୍କ ନେତୃତ୍ୱରେ ବସ୍ତା ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଅବିନାଶ ନାୟକ, ଜଳେଶ୍ବର ନିର୍ବାଚନମଣ୍ଡଳୀ ଛାତ୍ର କଂଗ୍ରେସ ସଭାପତି ଜଗନ୍ନାଥ ମହାପାତ୍ର, ପୂର୍ବତନ ସମିତି ସଭ୍ୟ ଜୟନ୍ତ କୁମାର ମହାପାତ୍ର, କମଳ ଲୋଚନ ଜେନା,  ଯୁବ ନେତା ଜଗଦୀଶ ସାହୁ, ଛାତ୍ର ନେତା ରମେଶ ରାଉଳ, ବାହାର୍ଦା ପଞ୍ଚାୟତ କଂଗ୍ରେସ ସଭାପତି ମଦନ ଭକ୍ତା ପ୍ରମୁଖ ସଂସ୍ଥା ବିରୋଧରେ ଲିଖିତ ଅଭିଯୋଗ କରିଥିଲେ। ତଦନ୍ତ ପୂର୍ବକ ଖୁବଶୀଘ୍ର କାର୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?