କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା, ଅନଶନରେ ବସିଲେ ସ୍ବେଚ୍ଛାସେବୀ

ବରଗଡ ଅଫିସ,୧୭।୫- ବରଗଡ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡିଛି। ଏଠାରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢି ଚାଲିଛି। ଅନ୍ୟପଟେ ଜିଲାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥିତ ହୋଇ ପଡିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ସୋମବାର ବରଗ ସ୍ବେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ ପରିବାର ଓ ପଶ୍ଚିମ ଓ ଯୁବାମଞ୍ଚର ସ୍ବେଚ୍ଛାସେବୀମାନେ ଅନଶନକୁ ଓହ୍ଲାଇଛନ୍ତି । ସ୍ଥାନୀୟ ଗାନ୍ଧୀଛକରେ ଅନଶନ ଚାଲିଛି। ସଂକଳ୍ପ ପରିବାରର ଜି ରମେଶ, ପଶ୍ଚିମ ଓ ଯୁବାମଞ୍ଚର ଅଜିତ ପତି ଅନଶନରେ ବସିଥିବା ବେଳେ ବହୁସଂଖ୍ୟକ ସ୍ବେଛାସେବୀ ସମର୍ଥନ ଜଣାଇ ସେଠାରେ ଉପସ୍ଥିତ ଅଛନ୍ତି। ଗୁରୁତର ଆକ୍ରାନ୍ତଙ୍କ ତୁରନ୍ତ ଚିକିତ୍ସା ଆରମ୍ଭ କରିବା, ଭେଷଜ, ନିଶ୍ଚେତକ, ଆଇସିୟୁ ବିଶେଷଜ୍ଞ, ନର୍ସ, ଫାର୍ମାସିଷ୍ଟ, ସହାୟକ, ସଫେଇ କର୍ମଚାରୀ ନିଯୁକ୍ତି, ସିଟି ସ୍କାନ, ଇସିଜି ସ୍ଥାପନ ସହିତ ୨୪ ଘଣ୍ଟିଆ ରକ୍ତଦାନ ବ୍ୟବସ୍ଥା, ଶଯ୍ୟା ସଂଖ୍ୟା ବୃଦ୍ଧି, ପ୍ଲାଜମା ବ୍ୟାଙ୍କ ଖୋଲିବା, କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କୁ ପ୍ଲାଜମା ଦାନ ପାଇଁ ଉତ୍ସାହିତ କରିବା ଏବଂ ଏଥିପାଇଁ ପଦସ୍ଥ ଅଧିକାରୀଙ୍କୁ ନିଯୁକ୍ତି କରିବା ପାଇଁ ଦାବି ହୋଇଛି। ସେହିପରି କରୋନା ଆକ୍ରାନ୍ତଙ୍କ ପରିଜନଙ୍କୁ ସୂଚନା ଦେବାକୁ ହସପିଟାଲରେ ସିସିଟିଭି ସଂଲଗ୍ନ ସହିତ ଏଲସିଡି ମାଧ୍ୟମରେ ସୂଚନା ବ୍ୟବସ୍ଥା, ଆକ୍ରାନ୍ତଙ୍କ ପରିଜନ ପାଇଁ ହସପିଟାଲ ପରିସରରେ ଆଶ୍ରୟସ୍ଥଳୀ, ଟିକାକରଣକୁ ସରଳୀକରଣ ଏବଂ ତଳିଆ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ସ୍ବେଚ୍ଛାସେବୀମାନେ ଦାବି କରି ଅନଶନକୁ ଓହ୍ଲାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri