କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା, ଅନଶନରେ ବସିଲେ ସ୍ବେଚ୍ଛାସେବୀ

ବରଗଡ ଅଫିସ,୧୭।୫- ବରଗଡ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡିଛି। ଏଠାରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢି ଚାଲିଛି। ଅନ୍ୟପଟେ ଜିଲାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥିତ ହୋଇ ପଡିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ସୋମବାର ବରଗ ସ୍ବେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ ପରିବାର ଓ ପଶ୍ଚିମ ଓ ଯୁବାମଞ୍ଚର ସ୍ବେଚ୍ଛାସେବୀମାନେ ଅନଶନକୁ ଓହ୍ଲାଇଛନ୍ତି । ସ୍ଥାନୀୟ ଗାନ୍ଧୀଛକରେ ଅନଶନ ଚାଲିଛି। ସଂକଳ୍ପ ପରିବାରର ଜି ରମେଶ, ପଶ୍ଚିମ ଓ ଯୁବାମଞ୍ଚର ଅଜିତ ପତି ଅନଶନରେ ବସିଥିବା ବେଳେ ବହୁସଂଖ୍ୟକ ସ୍ବେଛାସେବୀ ସମର୍ଥନ ଜଣାଇ ସେଠାରେ ଉପସ୍ଥିତ ଅଛନ୍ତି। ଗୁରୁତର ଆକ୍ରାନ୍ତଙ୍କ ତୁରନ୍ତ ଚିକିତ୍ସା ଆରମ୍ଭ କରିବା, ଭେଷଜ, ନିଶ୍ଚେତକ, ଆଇସିୟୁ ବିଶେଷଜ୍ଞ, ନର୍ସ, ଫାର୍ମାସିଷ୍ଟ, ସହାୟକ, ସଫେଇ କର୍ମଚାରୀ ନିଯୁକ୍ତି, ସିଟି ସ୍କାନ, ଇସିଜି ସ୍ଥାପନ ସହିତ ୨୪ ଘଣ୍ଟିଆ ରକ୍ତଦାନ ବ୍ୟବସ୍ଥା, ଶଯ୍ୟା ସଂଖ୍ୟା ବୃଦ୍ଧି, ପ୍ଲାଜମା ବ୍ୟାଙ୍କ ଖୋଲିବା, କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କୁ ପ୍ଲାଜମା ଦାନ ପାଇଁ ଉତ୍ସାହିତ କରିବା ଏବଂ ଏଥିପାଇଁ ପଦସ୍ଥ ଅଧିକାରୀଙ୍କୁ ନିଯୁକ୍ତି କରିବା ପାଇଁ ଦାବି ହୋଇଛି। ସେହିପରି କରୋନା ଆକ୍ରାନ୍ତଙ୍କ ପରିଜନଙ୍କୁ ସୂଚନା ଦେବାକୁ ହସପିଟାଲରେ ସିସିଟିଭି ସଂଲଗ୍ନ ସହିତ ଏଲସିଡି ମାଧ୍ୟମରେ ସୂଚନା ବ୍ୟବସ୍ଥା, ଆକ୍ରାନ୍ତଙ୍କ ପରିଜନ ପାଇଁ ହସପିଟାଲ ପରିସରରେ ଆଶ୍ରୟସ୍ଥଳୀ, ଟିକାକରଣକୁ ସରଳୀକରଣ ଏବଂ ତଳିଆ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ସ୍ବେଚ୍ଛାସେବୀମାନେ ଦାବି କରି ଅନଶନକୁ ଓହ୍ଲାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri