ପ୍ରଶାସନର ଅବ୍ୟବସ୍ଥା, ଶ୍ରଦ୍ଧାଳୁ ହଇରାଣ

ପୁରୀ ଅଫିସ, ୪।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବା ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ଶନିବାର ଅପରାହ୍ନଠାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗଛି। ହେଲେ ପ୍ରଶାସନର ଦୂରଦୃଷ୍ଟି ଅଭାବ କାରଣରୁ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ନ ପାରି ଘଣ୍ଟା ଘଣ୍ଟା ଧରି ଠିଆ ହୋଇଥିବା ଦୃଷ୍ଟିଗୋଚର ହୋଇଥିଲା। ଭିଡ଼ ଅସମ୍ଭାଳ ହେବାରୁ ନିୟନ୍ତ୍ରଣ କରିବାରେ ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି ହୋଇଥିଲା। ଅପରପକ୍ଷେ ଦଇତାପତି ସେବକମାନେ ସ୍ନାନପୂଣ୍ଣିମା ନିମନ୍ତେ ଶନିବାର ମହାପ୍ରଭୁଙ୍କ ଗୁପ୍ତନୀତି କରିଥିବାରୁ ଶୁକ୍ରବାର ରାତି ୧୦ଟାରୁ ଶନିବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିଥିଲା। ଫଳରେ ଶ୍ରଦ୍ଧାଳୁମାନେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ବାହାରେ ଅପେକ୍ଷା କରିରହିଥିଲେ। ସକାଳେ ପ୍ରଶାସନର ଏକ ଅଭାବନୀୟ ନିଷ୍ପତ୍ତି ଦେଖିବାକୁ ମିଳିଥିଲା। ସାଧାରଣରେ ମହାପ୍ରଭୁଙ୍କ ଗୁପ୍ତନୀତି ଚାଲିଥିବାବେଳେ କେବଳ ଜଗମୋହନ କବାଟ ବନ୍ଦ ରହିଥାଏ। ମାତ୍ର ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାରହିଥାଏ। ଭକ୍ତମାନେ ଶ୍ରୀମନ୍ଦିର ଯାଇ ଭିତରବେଢାରେ ଥିବା ପାର୍ଶ୍ୱଦେବଦେବୀଙ୍କୁ ଦର୍ଶନ କରିଥାନ୍ତି। କିନ୍ତୁ ଶନିବାର ଗୁପ୍ତନୀତି ଚାଲିଥିବା ଦର୍ଶାଇ ଜିଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କୁ ଶ୍ରୀମନ୍ଦିର ପରିସରରକୁ ଛଡାଯାଇ ନଥିଲା। ଫଳରେ ଅନେକ ଭକ୍ତ ଶ୍ରୀମନ୍ଦିର ବାହାରେ ଦୀର୍ଘ ସମୟ ଅପେକ୍ଷା କରିବା ସହ ପ୍ରଶାସନର ଏପରି ନିଷ୍ପତ୍ତିକୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଗୁପ୍ତ ନୀତି ସରିବା ପରେ ୩ଟାପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଅନ୍ୟପଟେ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ଶ୍ରୀମନ୍ଦିର ପଟକୁ ଯାନବାହନ ଛଡାଯାଇ ନଥିଲା। ଯେଉଁଥିପାଇଁ ମାର୍କେଟ ଛକରେ ପ୍ରବଳ ଭିଡ଼ ପରିଲିଖିତ ହୋଇଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ତେବେ ପ୍ରଶାସନର ବ୍ୟବସ୍ଥା ସମ୍ପର୍କରେ ପୁରୀବାସୀ ସୂର୍ଯ୍ୟ ନାରାୟଣ ରଥ କହିଥିଲେ, ପୋଲିସ ପ୍ରଶାସନ ଟ୍ରାଫିକ ନିୟନ୍ତ୍ରଣ, ଦର୍ଶନ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା କରିବାରେ ବିଫଳ ହୋଇଛି। ଭକ୍ତଙ୍କ ପାଇଁ କରାଯାଇଥିବା ବ୍ୟାରିକେଡ ପରିସରରେ ପ୍ରଶାସନ ପକ୍ଷରୁ ଆଲୋକୀକରଣ ତଥା ଫ୍ୟାନର ସୁବିଧା କରାଯାଇନାହିଁ। ଫଳରେ ଭକ୍ତମାନେ ଅନେକ ସମୟ ଗରମରେ ବ୍ୟାରିକେଡରେ ଠିଆ ହୋଇ ଅଣନିଃଶ୍ୱାସୀ ହୋଇଯାଉଥିଲେ। ସେହିପରି ସିଂହଦ୍ୱାର ନିକଟରେ କରଯାଇଥିବା ଶେଡ୍‌ କାରଣରୁ ଅନେକ ଭକ୍ତ ଠିକ୍‌ ଭାବେ ଦର୍ଶନରୁ ବଞ୍ଚତ୍ତ ହେବେ ବୋଲି କହିଛନ୍ତି। ତେଣୁ ସରକାର ଏଥିପ୍ରତି ଦୃଷ୍ଟ ଦେବାକୁ ରଥ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri