ପ୍ରଶାସନର ଅବ୍ୟବସ୍ଥା, ଶ୍ରଦ୍ଧାଳୁ ହଇରାଣ

ପୁରୀ ଅଫିସ, ୪।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବା ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ଶନିବାର ଅପରାହ୍ନଠାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗଛି। ହେଲେ ପ୍ରଶାସନର ଦୂରଦୃଷ୍ଟି ଅଭାବ କାରଣରୁ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ନ ପାରି ଘଣ୍ଟା ଘଣ୍ଟା ଧରି ଠିଆ ହୋଇଥିବା ଦୃଷ୍ଟିଗୋଚର ହୋଇଥିଲା। ଭିଡ଼ ଅସମ୍ଭାଳ ହେବାରୁ ନିୟନ୍ତ୍ରଣ କରିବାରେ ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି ହୋଇଥିଲା। ଅପରପକ୍ଷେ ଦଇତାପତି ସେବକମାନେ ସ୍ନାନପୂଣ୍ଣିମା ନିମନ୍ତେ ଶନିବାର ମହାପ୍ରଭୁଙ୍କ ଗୁପ୍ତନୀତି କରିଥିବାରୁ ଶୁକ୍ରବାର ରାତି ୧୦ଟାରୁ ଶନିବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିଥିଲା। ଫଳରେ ଶ୍ରଦ୍ଧାଳୁମାନେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ବାହାରେ ଅପେକ୍ଷା କରିରହିଥିଲେ। ସକାଳେ ପ୍ରଶାସନର ଏକ ଅଭାବନୀୟ ନିଷ୍ପତ୍ତି ଦେଖିବାକୁ ମିଳିଥିଲା। ସାଧାରଣରେ ମହାପ୍ରଭୁଙ୍କ ଗୁପ୍ତନୀତି ଚାଲିଥିବାବେଳେ କେବଳ ଜଗମୋହନ କବାଟ ବନ୍ଦ ରହିଥାଏ। ମାତ୍ର ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାରହିଥାଏ। ଭକ୍ତମାନେ ଶ୍ରୀମନ୍ଦିର ଯାଇ ଭିତରବେଢାରେ ଥିବା ପାର୍ଶ୍ୱଦେବଦେବୀଙ୍କୁ ଦର୍ଶନ କରିଥାନ୍ତି। କିନ୍ତୁ ଶନିବାର ଗୁପ୍ତନୀତି ଚାଲିଥିବା ଦର୍ଶାଇ ଜିଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କୁ ଶ୍ରୀମନ୍ଦିର ପରିସରରକୁ ଛଡାଯାଇ ନଥିଲା। ଫଳରେ ଅନେକ ଭକ୍ତ ଶ୍ରୀମନ୍ଦିର ବାହାରେ ଦୀର୍ଘ ସମୟ ଅପେକ୍ଷା କରିବା ସହ ପ୍ରଶାସନର ଏପରି ନିଷ୍ପତ୍ତିକୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଗୁପ୍ତ ନୀତି ସରିବା ପରେ ୩ଟାପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଅନ୍ୟପଟେ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ମାର୍କେଟ ଛକଠାରୁ ଶ୍ରୀମନ୍ଦିର ପଟକୁ ଯାନବାହନ ଛଡାଯାଇ ନଥିଲା। ଯେଉଁଥିପାଇଁ ମାର୍କେଟ ଛକରେ ପ୍ରବଳ ଭିଡ଼ ପରିଲିଖିତ ହୋଇଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ତେବେ ପ୍ରଶାସନର ବ୍ୟବସ୍ଥା ସମ୍ପର୍କରେ ପୁରୀବାସୀ ସୂର୍ଯ୍ୟ ନାରାୟଣ ରଥ କହିଥିଲେ, ପୋଲିସ ପ୍ରଶାସନ ଟ୍ରାଫିକ ନିୟନ୍ତ୍ରଣ, ଦର୍ଶନ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା କରିବାରେ ବିଫଳ ହୋଇଛି। ଭକ୍ତଙ୍କ ପାଇଁ କରାଯାଇଥିବା ବ୍ୟାରିକେଡ ପରିସରରେ ପ୍ରଶାସନ ପକ୍ଷରୁ ଆଲୋକୀକରଣ ତଥା ଫ୍ୟାନର ସୁବିଧା କରାଯାଇନାହିଁ। ଫଳରେ ଭକ୍ତମାନେ ଅନେକ ସମୟ ଗରମରେ ବ୍ୟାରିକେଡରେ ଠିଆ ହୋଇ ଅଣନିଃଶ୍ୱାସୀ ହୋଇଯାଉଥିଲେ। ସେହିପରି ସିଂହଦ୍ୱାର ନିକଟରେ କରଯାଇଥିବା ଶେଡ୍‌ କାରଣରୁ ଅନେକ ଭକ୍ତ ଠିକ୍‌ ଭାବେ ଦର୍ଶନରୁ ବଞ୍ଚତ୍ତ ହେବେ ବୋଲି କହିଛନ୍ତି। ତେଣୁ ସରକାର ଏଥିପ୍ରତି ଦୃଷ୍ଟ ଦେବାକୁ ରଥ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri