Posted inଖେଳ

ଆଇପିଏଲ୍‌ ଖେଳୁ ନ ଥିବାରୁ ଅବସୋସ ନାହିଁ: ଷ୍ଟାର୍କ

ମେଲବୋର୍ନ,୪।୮(ପି.ଟି.): ଚଳିତ ବର୍ଷ ୟୁନାଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ ବାମହାତୀ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଖେଳିବେ ନାହିଁ। ତେବେ ଏଥିପାଇଁ ମୋର କୌଣସି ଅବସୋସ ନାହିଁ ବୋଲି ସେ କହିଛନ୍ତି। ଅଗାମୀ ସମର ସେସନ ପାଇଁ ଟ୍ରେନିଂ ଜାରି ରଖିବି ଓ ପ୍ରସ୍ତୁତି ଚଳାଇବି ବୋଲି ସେ କହିଛନ୍ତି।
ପୂର୍ବରୁ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଉପରେ ଫୋକସ୍‌ କରିବା ପାଇଁ ଷ୍ଟାର୍କ ଆଇପିଏଲ୍‌ରୁ ଓହରିଯିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ପରେ ଏହି ବିଶ୍ୱକପ୍‌କୁ କୋଭିଡ୍‌-୧୯ ମହାମାରୀ ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ଫଳରେ ଆଇପିଏଲ୍‌ ପାଇଁ ପଥ ପରିଷ୍କାର ହୋଇଥିଲା। ତେବେ ଏ ନେଇ ଦୂରଦୃଷ୍ଟି ନ ଥିବା କଥାକୁ ଷ୍ଟାର୍କ ସ୍ବୀକାର କରିଛନ୍ତି। ତେବେ ନିଷ୍ପତ୍ତି ବଦଳାଇବେ ନାହିଁ ବୋଲି ୩୦ ବର୍ଷୀୟ ଷ୍ଟାର୍କ ସ୍ପଷ୍ଟ କରିଛନ୍ତି। ଗତ ଦୁଇବର୍ଷ ହେବ ଷ୍ଟାର୍କ ରୟାଲ ଚ୍ୟାଲେଞ୍ଜର୍‌ସ ବାଙ୍ଗାଲୋର ପାଇଁ ଆଇପିଏଲ୍‌ ଖେଳି ଆସୁଥିଲେ। ଆଇପିଏଲ ଖେଳାଯିବା ବେଳେ ଟ୍ରେନିଂରେ ବ୍ୟସ୍ତ ରହିବି ଓ ନିଷ୍ପତ୍ତି ବଦଳାଇବି ନାହିଁ ବୋଲି ସେ କହିଛନ୍ତି।
୨୦୧୮ ଆଇପିଏଲ୍‌ ନିଲାମରେ ଷ୍ଟାର୍କଙ୍କୁ କୋଲକାତା ନାଇଟ୍‌ ରାଇଡର୍ସ କ୍ରୟ କରିଥିଲା। କିନ୍ତୁ ଇଞ୍ଜୁରୀ କାରଣରୁ ସେ ବାଦ୍‌ ପଡିଥିଲେ। ଏହାପରେ ସେ ନଭେମ୍ବରରେ ରିଲିଜ୍‌ ହୋଇଥିଲେ। ଏବେ ନ୍ୟୁ ସାଉଥ ଓ୍ବେଲ୍ସର ସାଥୀ ଖେଳାଳମାନଙ୍କ ସହ ଟ୍ରେନିଂ ଜାରି ରଖିଛନ୍ତି। ଅଷ୍ଟ୍ରେଲିଆର ଇଂଲଣ୍ଡ ଗସ୍ତ ନେଇ ସେ ଅପେକ୍ଷା କରିଛନ୍ତି। ଏହି ଗସ୍ତରେ ଅଷ୍ଟ୍ରେଲିଆ ୩ଟି ଲେଖାଏ ଟି୨୦ ଓ ଦିନିକିଆ ମ୍ୟାଚ୍‌ ଖେଳିବ। ଏହି ସିରିଜ ସେପ୍ଟେମ୍ବର ୪ ତାରିଖରୁ ଆରମ୍ଭ ହେବ। ତେବେ ଏହି ଗସ୍ତକୁ ଏପର୍ଯ୍ୟନ୍ତ ଅନୁମୋଦନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri