ତାତିଲେ ଚାଷୀ

ଢେଙ୍କାନାଳ ଅଫିସ, ୧୪।୨: ବଳକା ଧାନକୁ ନେଇ ଢେଙ୍କାନାଳ ଜିଲାର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଟୋକନ ଅନୁଯାୟୀ ବିକ୍ରି କରିବା ସତ୍ତ୍ୱେ ଚାଷୀଙ୍କ ପାଖରେ ପର୍ଯ୍ୟାପ୍ତ ଧାନ ବଳିପଡ଼ିଛି। ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ମଣ୍ଡି ତୁଳନାରେ ସମବାୟ ସମିତିଗୁଡ଼ିକରେ ଅପେକ୍ଷାକୃତ କମ୍‌ ଧାନ ସଂଗ୍ରହ ହୋଇଛି। ତେଣୁ ଏଥିରେ ପାତରଅନ୍ତର କରାଯାଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ସୋମବାର ସଦର ବ୍ଲକର ଗୋବିନ୍ଦପୁର, ତାଳବରକୋଟ, ମାଣିପୁର, ନଡିଆଳୀ, ବଳଦିଆବନ୍ଧ ଆଦି ପଞ୍ଚାୟତର ବହୁ ଚାଷୀ ଜିଲା ଯୋଗାଣ ବିଭାଗ ଅଧିକାରୀଙ୍କୁ ଘେରାଉ କରିଥିଲେ।
ଚଳିତ ବର୍ଷ ଢେଙ୍କାନାଳ ଜିଲାରେ ଭଲ ଧାନ ଅମଳ ହୋଇଛି। ହେଲେ ପ୍ରଥମ ପର୍ଯ୍ୟାୟ ଟାର୍ଗେଟ୍‌ ଶେଷ ହେବାକୁ ବସିଥିବାବେଳେ ଚାଷୀଙ୍କଠାରୁ ସମ୍ପୂର୍ଣ୍ଣ ଧାନ କିଣା ହୋଇପାରିନାହିଁ। ଏ ନେଇ ‘ଧରିତ୍ରୀ’ରେ ସୋମବାର ଖବର ପ୍ରକାଶ ପାଇଥିଲା। ତେବେ ଯୋଗାଣ ଅଧିକାରୀଙ୍କୁ ୫ ପଞ୍ଚାୟତର ଚାଷୀ ଦୀର୍ଘ ସମୟ ଘେରାଉ କରିବା ପରେ ସ୍ଥିତି କେତେ ଜଟିଳ ତାହା ସ୍ପଷ୍ଟ ହୋଇଛି। ଏଭଳି ଚାଷୀ ମାରଣ ନୀତିକୁ ନେଇ ରାଜ୍ୟ ସରକାର, ଜିଲା ପ୍ରଶାସନ, ଜିଲା ଯୋଗାଣ ବିଭାଗ ଏବଂ ଜିଲା କୃଷି ବିଭାଗ ଉପରେ ପ୍ରବଳ ବର୍ଷିଛନ୍ତି ତାଳବରକୋଟର ପୂର୍ବତନ ସରପଞ୍ଚ ଜୁଲଫତ୍‌ ଅଲ୍ଲୀ ଖଁା। ସେ କହିଛନ୍ତି, ଧାନ ଅମଳ ସର୍ଭେ ଠିକ୍‌ ଭାବେ କରାଯାଇନାହିଁ। କୃଷି ବିଭାଗ ଅଧିକାରୀ କ୍ଷେତ୍ର ପରିଦର୍ଶନ ନ କରି ମନଇଚ୍ଛା ସର୍ଭେ ରିପୋର୍ଟ ପ୍ରସ୍ତୁତ କରିଛନ୍ତି। ଏହାର ସମାଧାନ ନ ହେଲେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।
ଜିଲା ଯୋଗାଣ ଅଧିକାରୀ ନିରଦ ରଞ୍ଜନ ଦାସ ଅସନ୍ତୁଷ୍ଟ ଚାଷୀଙ୍କୁ ବୁଝାଇବାକୁ ଚେଷ୍ଟା କରି ପ୍ରଥମେ ବିଫଳ ହୋଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ୩ଲକ୍ଷ ୪୪ ହଜାର ୮୬୬ କୁଇଣ୍ଟାଲ ଧାନ କିଣିବା ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଚାଷୀଙ୍କ ବଳକା ଧାନ କିପରି ଉଠିବ ସେଥିଲାଗି ପଦକ୍ଷେପ ନିଆଯିବ କହିବା ପରେ ସ୍ଥିତି ନିୟନ୍ତ୍ରଣ ହୋଇଥିଲା। ଚାଷୀ ଅସନ୍ତୋଷ ସମ୍ପର୍କରେ ଜିଲା ଯୋଗାଣ ବିଭାଗ ଅଧିକାରୀ କୁହନ୍ତି, ସଦର ବ୍ଲକର କେତେଜଣ ଚାଷୀଙ୍କ ଧାନ ବିକ୍ରି ହୋଇପାରି ନ ଥିବାରୁ ସେମାନେ ଆସି ଆଲୋଚନା କରିଛନ୍ତି। ସରକାରଙ୍କଠାରୁ ନିର୍ଦ୍ଦେଶନାମା ଆସିଲେ ଧାନ ଉଠାଇବା ଲାଗି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ତେବେ ଗ୍ରୁପ୍‌କୁ ଅଧିକ ଧାନ କିଣିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଚାଷୀମାନେ ଯେଉଁ ଅଭିଯୋଗ କରୁଛନ୍ତି, ତାହା ଭୁଲ୍‌। ଏଥିରେ ଜିଲା ପ୍ରଶାସନର କୌଣସି ଭୂମିକା ନାହିଁ। ଜିଲା ସମାଜ ମଙ୍ଗଳ ଅଧିକାରୀ ଏବଂ ସମବାୟ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରି ଉଭୟ ଏସ୍‌ଏଚ୍‌ଜି ଏବଂ ସୋସାଇଟି ପାଇଁ କେତେ ଆଲୋକେଶନ ହେଲେ ଧାନ ସବୁ ଉଠିପାରିବ ସେ ସମ୍ପର୍କରେ ଆଲୋଚନା କରାଯିବ ଯୋଗାଣ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?