ବହ୍ଲାମରା, ବାଲିବସ୍ତା ପକାଇବାକୁ ନେଇ ଅସନ୍ତୋଷ

ଆରଡ଼ି,୨୩।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ସାଠିବାଙ୍କୁଡା ନିକଟରେ ଥିବା ବୈତରଣୀ ନଦୀବନ୍ଧରେ ୭ ଦିନ ହେଲା ବହ୍ଲାମରା କାର୍ଯ୍ୟ ଚାଲିଛି । ଏହାକୁ ନେଇ ସାଠିବାଙ୍କୁଡା, ବୋଡକ ସମେତ ଅନ୍ୟ କେତେକ ଗ୍ରାମରେ ଅସନ୍ତୋଷ ଦେଖାଦେଇଛି । ପ୍ରତିବର୍ଷ ଏହି ନଦୀବନ୍ଧରେ ଜଳସେଚନ ବିଭାଗ ପକ୍ଷରୁ ମାଟିପକାଇ ନଦୀବନ୍ଧ ସୁଦୃଢ଼ କରାଯାଏ । ପୂର୍ବବର୍ଷ ମଧ୍ୟ ଏଠାରେ ମାଟି ପଡିଥିଲା । ହେଲେ ଏହି ବନ୍ଧକୁ କାଟି ବାଲି ମାଫିଆମାନେ ଚୋରା ଚାଲାଣ କରୁଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ ରାସ୍ତା ନଷ୍ଟ ହେଉଛି । ବନ୍ୟା ହେଲେ ଏହି ସ୍ଥାନରେ ଘାଇ ହେବାର ସମ୍ଭାବନା ଥିଲା  । ଚଳିତବର୍ଷ ଖରାଦିନେ ବିଭାଗୀୟ ଅଧିକାରୀ ମାଟି ନ ପକାଇ ବର୍ଷାଦିନ ଆରମ୍ଭରେ ବହ୍ଲା ମାରି ବାଲିବସ୍ତା ପକାଇବାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ସମ୍ପୃକ୍ତ ବିଭାଗ ଜଣେ ଠିକାଦାରଙ୍କୁ ବହ୍ଲା ମାରିବା କାର୍ଯ୍ୟ ଦାୟିତ୍ୱ ଦେଇ ଲକ୍ଷଲକ୍ଷ ଟଙ୍କା ହଡପ କରିବାର ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ ବୋଲି ପୂର୍ବତନ ସରପଞ୍ଚ କିଶୋର ନାୟକ କହିଛନ୍ତି। ଭଦ୍ରକ ଜିଲାପାଳ ଏହାର ତଦନ୍ତ କରିବାକୁ ସେ ଦାବି କରିଛନ୍ତି। ସେହିପରି ସୁନ୍ଦରପୁର ପଞ୍ଚାୟତର ସୁନ୍ଦରପୁରରୁ ଓଳଗ ମଧ୍ୟରେ ବିଭିନ୍ନ ସ୍ଥାନରେ ଦୁର୍ବଳ ନଦୀବନ୍ଧରେ ମାଟି ସହ ବାଲି ପକାଯାଇ ଅସ୍ଥାୟୀ ଭାବେ ମରାମତି ଚାଲିଛି  । ବନ୍ୟା ଆସିଲେ ପରିସ୍ଥିତି ଜଟିଳ ହେବାର ଆଶଙ୍କାକୁ ଏଡାଇ ହେବନି ବୋଲି ସ୍ଥାନୀୟ ଅଞ୍ଚଳର ବହୁ ଚାଷୀ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ କିଶୋର ଦାସଙ୍କୁ ପଚାରିବାରୁ ସେ କହିଲେ, ବନ୍ୟା ପୂର୍ବରୁ ଦୁର୍ବଳ ନଦୀବନ୍ଧ ସ୍ଥାନରେ ଅସ୍ଥାୟୀ ଭାବେ ମରାମତି କାର୍ଯ୍ୟ ଚାଲିଛି । ପରବର୍ତ୍ତୀ ସମୟରେ ସ୍ଥାୟୀ ମରାମତି ଉପରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri