ଖରିଫ ଧାନ ସଂଗ୍ରହ ଆରମ୍ଭରୁ ତେଜିଲା ଅସନ୍ତୋଷ

ଭବାନୀପାଟଣା/କୋକସରା,୨୫।୧୧(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଅନୁଷ୍ଠାନିକ ଭାବେ ଗୁରୁବାର ରଣମାଲ ମଣ୍ଡିରେ ଆରମ୍ଭ ହୋଇଛି। ହେଲେ ପ୍ରଥମ ଦିନରୁ ହିଁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି।

ସୂଚନା ଅନୁସାରେ କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ ଜୟପାଟଣା ବ୍ଲକ ରଣମାଲ ମଣ୍ଡିରେ ଧାନ କିଣା ଆରମ୍ଭ ହୋଇଛି। ପ୍ରଥମ ଦିନରେ ୪ ଜଣ ଚାଷୀଙ୍କ ୨୦୦ ଶହ କୁଇଣ୍ଟାଲ ଧାନ କିଣା ହୋଇଛି। ଅନେକ ଚାଷୀଙ୍କ ତାରିଖରେ ଟୋକାନ ବିଳମ୍ବ ଥିବା ଅଭିଯୋଗ ହୋଇଛି। କିଛି ଚାଷୀଙ୍କ ଧାନ ଅମଳ ଶେଷ ହୋଇଥିବା ବେଳେ ସେମାନଙ୍କ ଟୋକାନ ଜାନୁୟାରୀରେ ରହିଛି। ଅନ୍ୟପକ୍ଷରେ ଏହି ପ୍ୟାକ୍ସ ଅଧୀନରେ ୪ଟି ରଣମାଲ ସହ ବାଣ୍ଡି ଗାଁ, ଭେଜିଗୁଡା ଓ ଅରେବେଡା ଉପ ମଣ୍ଡି ରହିଛି। କିନ୍ତୁ ଏଥର ଭେଜିଗୁଡା ଓ ଅରେବେଡା ଦୁଇଟି ଉପମଣ୍ଡିକୁ ଚଳିତ ଖରିଫ ଧାନ କିଣାରେ ବାଦ ଦେଇ ରଣମାଲ ଓ ବାଣ୍ଡିଗାଁ ମଣ୍ଡିରେ ଉକ୍ତ ଚାଷୀମାନଙ୍କୁ ଟେଗ କରିଥିବାରୁ ଅସନ୍ତୋଷ ଦେଖାଦେଇଛି। ରଣମାଲ ପ୍ୟାକ୍ସରେ ଚଳିତ ଖରିଫ ଧାନ ବିକ୍ରି କରିବା ପାଇଁ ୨୩୩୬ଜଣ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ଉପମଣ୍ଡି ଅରେବେଡାରେ ୩୨୨ଜଣ ଓ ଭେଜିଗୁଡାରେ ୪୧୧ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଧର୍ମଗଡ଼ ବିଧାୟକ ମୌଷଧି ବାଗ, ଧର୍ମଗଡ଼ ଉପ ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ଅଶୋକ ଦାଶ, ଅତିରିକ୍ତ ଯୋଗାଣ ଅଧିକାରୀ ଖଗେଶ୍ବର ପଣ୍ଡା, ଏଆରସିଏସ ପ୍ରବୀର କୁମାର ଘୋଷ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri