ରାଜପଥ କାମ ନେଇ ବାମୁରରେ ଅସନ୍ତୋଷ

ବଇଣ୍ଡା,୨୯।୯(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ କାର୍ଯ୍ୟ ଚାଲୁ ରହିଛି। କିଶୋରନଗର ବ୍ଲକ ବାମୁରଠାରେ ଗୁରୁବାର ରାସ୍ତାର କଂକ୍ରିଟକରଣ କରାଯାଉଥିବାବେଳେ ଅତି ନିମ୍ନମାନର କାମ ହେଉଥିବା ଅଭିଯୋଗ କରିଛନ୍ତି ବାମୁର ସରପଞ୍ଚ ସଞ୍ଜୀବ ପ୍ରଧାନ। ଏ ନେଇ ସେ ଗୁରୁବାର ଜିଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ପାଇଁ ୨୦୧୮ରୁ ବାମୁରଠାରେ ଉଚ୍ଛେଦ କାର୍ଯ୍ୟ କରାଯାଇଥିଲା। ହେଲେ ନିର୍ମାଣ କାମରେ ଅତି ବିଳମ୍ବ ହୋଇଛି। ବିଶେଷକରି ବାମୁର ଛକଠାରେ ଫ୍ଲାଏ ଓଭର ବ୍ରିଜ୍‌ ନିର୍ମାଣ କରାଯାଉଥିବାବେଳେ ଡାକ ବଙ୍ଗଳା ନିକଟରେ କଂକ୍ରିଟ ରାସ୍ତା ନିର୍ମାଣ କରାଯାଉଛି। କିନ୍ତୁ ବିଳମ୍ବିତ ରାତିରେ ଠିକାସଂସ୍ଥା ପକ୍ଷରୁ ମାଟି ପକାଇ ସମତଳ କରାଯିବା ପରେ ରାତାରାତି କଂକ୍ରିଟ କରାଯାଇଛି। ଏଥିରେ ଭାଇବ୍ରେଟ ମେଶିନ ମେଶିନ ବ୍ୟବହାର କରା ନ ଯାଇ କେବଳ ଶ୍ରମିକଙ୍କ ଦ୍ୱାରା କାର୍ଯ୍ୟ କରାଯାଇଥିବାରୁ ଅତି ନିମ୍ନମାନର କାମ ହୋଇଥିବା ଅଭିଯୋଗ କରି ବାମୁର ଅଞ୍ଚଳବାସୀ ପ୍ରତିବାଦ କରିଥିଲେ। ହେଲେ କୌଣସି ସୁଫଳ ମିଳି ନ ଥିଲା। ଠିକାସଂସ୍ଥାର କର୍ମଚାରୀମାନେ ତରବରିଆ ଭାବେ ରାସ୍ତା କଂକ୍ରିଟ କରିଦେଇଥିଲେ। ବହୁ କୋଟି ଟଙ୍କା ବ୍ୟୟରେ ଏହି ରାସ୍ତା ନିର୍ମାଣ ହେଉଥିବାବେଳେ ଠିକ୍‌ ଭାବେ କାର୍ଯ୍ୟ କରାଯାଉ ନ ଥିବା ବାମୁର ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେହିପରି ରାସ୍ତା କାମ ଚାଲୁଥିବାବେଳେ ଏନ୍‌ଏଚ୍‌ଏଆଇର ଜଣେ ହେଲେ ବି ଅଧିକାରୀମାନେ ଉପସ୍ଥିତ ରହୁ ନ ଥିବାରୁ ଏପରି ନିମ୍ନମାନ କାମ ହେଉଥିବା ସରପଞ୍ଚ ଅଭିଯୋଗ କରିଛନ୍ତି। ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ଦାବି ହୋଇଛି। ଏ ନେଇ ଠିକା ସଂସ୍ଥା ପରିଚାଳକ ଜେ. ବେହେରାଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ସେ ଏହି ପ୍ରସଙ୍ଗକୁ ଏଡାଇ ଦେଇଥିଲେ। ଏ ନେଇ ଆଠମଲ୍ଲିକ ଉପଜିଲାପାଳ ଜିତେନ୍ଦ୍ର ପାତ୍ର କହିଛନ୍ତି, ରାସ୍ତା କାମ ସମ୍ପର୍କରେ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?