ବିଦ୍ୟୁତ୍‌ ବିଭ୍ରାଟକୁ ନେଇ କୁହୁଳୁଛି ଅସନ୍ତୋଷ

ପୁରୁଷୋତ୍ତମପୁର, ୩୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରବାସୀଙ୍କ ଉପରେ ଟିପିଏସ୍‌ଓଡିଏଲ୍‌ ଦାଉ ସାଧିଛି। ସାଉଥକୋଠାରୁ ଟାଟା ପାୱାର(ଟିପିଏସ୍‌ଓଡିଏଲ୍‌) ଗତ ଜାନୁୟାରୀ ୨୦୨୧ରୁ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେଇଛି। ଏହା ପରଠାରୁ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ଲାଗି ରହିଥିବା ଅଭିଯୋଗ ହୋଇଛି। ଅଘୋଷିତ ଭାବେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କଟାଯାଉଛି। ଏପରି କି ମରାମତି ଆଳରେ ବିଭିନ୍ନ ସମୟରେ ଦିନ ତମାମ୍‌ ବିଦ୍ୟୁତ୍‌ କାଟ ହେଉଛି। ଫଳରେ ସରକାରୀ, ବେସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌ ହୋଇପଡୁଛି।

ଏହା ସହ ମୋବାଇଲ, ଟେଲିଫୋନ ଓ ଇଣ୍ଟରନେଟ ସେବା ଅଚଳ ହୋଇପଡୁଥିବା ଯୋଗୁ ବ୍ୟବସାୟିକ କାର୍ଯ୍ୟରେ ମଧ୍ୟ ବାଧା ଉପୁଜୁଛି। ଗ୍ରାହକଙ୍କଠାରୁ ଠିକ୍‌ ସମୟରେ ବିଲ୍‌ ନେଉଥିବା ବେଳେ ବିଦ୍ୟୁତ୍‌ ଯୋଗାଣ ନ କରି ଟାଟା ପାୱାର ଲୋକଙ୍କୁ ଶୋଷଣ କରୁଥିବା ନେଇ କେତେକ ଉପଭୋକ୍ତା ଅଭିଯୋଗ କରିଛନ୍ତି। ଲୋକେ ବିଦ୍ୟୁତ୍‌ ବିଲ ପ୍ରଦାନ ସମୟରେ ଏନେଇ ପ୍ରତିବାଦ କରୁଥିଲେ ମଧ୍ୟ ବିଭାଗୀୟ କର୍ମଚାରୀ ନାଲି ଆଖି ଦେଖାଇ ପୋଲିସରେ କେସ୍‌ କରି ଜେଲ୍‌ ପଠାଇ ଦେବାକୁ ଧମକ ଦେଉଥିବା ଅଭିଯୋଗ ହେଉଛି। ପୋଲିସ ଭୟରେ ଲୋକେ ମୁହଁ ଖୋଲୁ ନ ଥିବା ବେଳେ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଅସନ୍ତୋଷ କୁହୁଳିବାରେ ଲାଗିଛି। ଲୋକଙ୍କ ଏପରି ଅସନ୍ତୋଷ କେଉଁ ସମୟରେ ଉଗ୍ରରୂପ ଧାରଣ କରିବ ତାହାର ଆଶଙ୍କା କରାଯାଇଛି। ଏଣୁ ସରକାର, ପ୍ରଶାସନ ଓ ଟାଟା ପାୱାର ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri