ବିଦ୍ୟୁତ୍‌ ବିଭ୍ରାଟକୁ ନେଇ କୁହୁଳୁଛି ଅସନ୍ତୋଷ

ପୁରୁଷୋତ୍ତମପୁର, ୩୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରବାସୀଙ୍କ ଉପରେ ଟିପିଏସ୍‌ଓଡିଏଲ୍‌ ଦାଉ ସାଧିଛି। ସାଉଥକୋଠାରୁ ଟାଟା ପାୱାର(ଟିପିଏସ୍‌ଓଡିଏଲ୍‌) ଗତ ଜାନୁୟାରୀ ୨୦୨୧ରୁ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେଇଛି। ଏହା ପରଠାରୁ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ଲାଗି ରହିଥିବା ଅଭିଯୋଗ ହୋଇଛି। ଅଘୋଷିତ ଭାବେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କଟାଯାଉଛି। ଏପରି କି ମରାମତି ଆଳରେ ବିଭିନ୍ନ ସମୟରେ ଦିନ ତମାମ୍‌ ବିଦ୍ୟୁତ୍‌ କାଟ ହେଉଛି। ଫଳରେ ସରକାରୀ, ବେସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌ ହୋଇପଡୁଛି।

ଏହା ସହ ମୋବାଇଲ, ଟେଲିଫୋନ ଓ ଇଣ୍ଟରନେଟ ସେବା ଅଚଳ ହୋଇପଡୁଥିବା ଯୋଗୁ ବ୍ୟବସାୟିକ କାର୍ଯ୍ୟରେ ମଧ୍ୟ ବାଧା ଉପୁଜୁଛି। ଗ୍ରାହକଙ୍କଠାରୁ ଠିକ୍‌ ସମୟରେ ବିଲ୍‌ ନେଉଥିବା ବେଳେ ବିଦ୍ୟୁତ୍‌ ଯୋଗାଣ ନ କରି ଟାଟା ପାୱାର ଲୋକଙ୍କୁ ଶୋଷଣ କରୁଥିବା ନେଇ କେତେକ ଉପଭୋକ୍ତା ଅଭିଯୋଗ କରିଛନ୍ତି। ଲୋକେ ବିଦ୍ୟୁତ୍‌ ବିଲ ପ୍ରଦାନ ସମୟରେ ଏନେଇ ପ୍ରତିବାଦ କରୁଥିଲେ ମଧ୍ୟ ବିଭାଗୀୟ କର୍ମଚାରୀ ନାଲି ଆଖି ଦେଖାଇ ପୋଲିସରେ କେସ୍‌ କରି ଜେଲ୍‌ ପଠାଇ ଦେବାକୁ ଧମକ ଦେଉଥିବା ଅଭିଯୋଗ ହେଉଛି। ପୋଲିସ ଭୟରେ ଲୋକେ ମୁହଁ ଖୋଲୁ ନ ଥିବା ବେଳେ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଅସନ୍ତୋଷ କୁହୁଳିବାରେ ଲାଗିଛି। ଲୋକଙ୍କ ଏପରି ଅସନ୍ତୋଷ କେଉଁ ସମୟରେ ଉଗ୍ରରୂପ ଧାରଣ କରିବ ତାହାର ଆଶଙ୍କା କରାଯାଇଛି। ଏଣୁ ସରକାର, ପ୍ରଶାସନ ଓ ଟାଟା ପାୱାର ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri