ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ନେଇ ବଢୁଛି ଅସନ୍ତୋଷ

କେନ୍ଦୁଝର,୩୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କିଛିଦିନ ହେଲା ଭୁବନେଶ୍ୱର-କେନ୍ଦୁଝର ମେମୁ ଟ୍ରେନ୍‌ ବିଳମ୍ବରେ କେନ୍ଦୁଝରରେ ପହଞ୍ଚୁଥିବାରୁ ଜନଅସନ୍ତୋଷ ବଢୁଛି। ଟ୍ରେନ୍‌ କେନ୍ଦୁଝର ଗଡ଼ ରେଳ ଷ୍ଟେଶନରେ ରାତି ୯.୪୦ ରେ ପହଞ୍ଚିବା ପାଇଁ ଧାର୍ଯ୍ୟ ହୋଇଥିବା ବେଳେ ଶୁକ୍ରବାର ରାତି ୧୨.୩୦ରେ ପହଞ୍ଚିଥିଲା। ସେହିପରି ଗୁରୁବାର ରାତି ୧୦.୪୯, ବୁଧବାର ୧୦.୪୧, ମଙ୍ଗଳବାର ୧୧.୨୧ରେ ପହଞ୍ଚିଥିଲା। ଏଭଳି ବର୍ଷ ତମାମ ବିଳମ୍ବରେ ଟ୍ରେନ୍‌ ପହଞ୍ଚିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ଟ୍ରେନ୍‌ରେ କମ୍‌ ବଗି ସହିତ ଅସ୍ବାସ୍ଥ୍ୟକର ପାଇଖାନା ଯୋଗୁ ଲୋକେ ଅକଥନୀୟ ଅସୁବିଧା ଭୋଗୁଛନ୍ତି।

ପ୍ରକାଶ ଯେ, କେନ୍ଦୁଝର ଜିଲାର ଲୋକେ କଟକ ଓ ଭୁବନେଶ୍ବରକୁ ବିଭିନ୍ନ କାମରେ ଯାଇ ଫେରିଥାନ୍ତି। ବିଶେଷ କରି ମେଡ଼ିକାଲ, ହାଇକୋର୍ଟ, ଅଫିସ ତଥା ବ୍ୟବସାୟିକ କାମ, ସାମଗ୍ରୀ କିଣାବିକା କରିବାକୁ ଯାଇଥାନ୍ତି। ତେବେ ବହୁ ବିଳମ୍ବରେ ଟ୍ରେନ ପହଞ୍ଚୁଥିବାରୁ ଲୋକମାନେ ରାତିରେ ଘରକୁ ଫେରିବା, ଖାଇବା, ରହିବା ଭଳି ସମସ୍ୟା ଭୋଗୁଛନ୍ତି। ସେହିପରି ରାତିରେ ଦୂର ଦୂରାନ୍ତକୁ ଯିବା ପାଇଁ କୌଣସି ସୁବିଧା ନାହିଁ କିମ୍ବା ରହିବାକୁ ବ୍ୟବସ୍ଥା ରେଳ ବିଭାଗ କିମ୍ବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉ ନାହିଁ ବୋଲି ଅଭିଯୋଗ ହେଉଛି। ଜିଲାକୁ ରେଳବାଇ କ୍ଷେତ୍ରରେ ଅବହେଳା କରାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri