ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି,୧୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ରହୁ ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ ଜଣେ ନୂତନ ଡାକ୍ତର ହସ୍ପିଟାଲରେ ନିଯୁକ୍ତି ପାଇଥିଲେ। ସେ କିଛିଦିନ କାର୍ଯ୍ୟକରି ଆଉ ଆସୁ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବ୍ଲକର ଗୁମିକିଆ, ତିଲୋରୀ, ବୁଡ଼ାଗୁଡା ପଞ୍ଚାୟତ ସମେତ ବାଲିଗୁଡ଼ା ବ୍ଲକର ଋତୁଙ୍ଗିଆ, କୋଟଗଡ଼ ବ୍ଲକର ପକାରୀ, ରାଣୀପାଙ୍ଗା ଆଦି ଅଞ୍ଚଳର ପ୍ରାୟ ୮ଟି ପଞ୍ଚାୟତର ପ୍ରାୟ ୩୦ହଜାର ଲୋକ ନିର୍ଭର କରୁଛନ୍ତି। ହେଲେ ସେଠାରେ ନିୟମିତ ଡାକ୍ତର ଓ ଫାର୍ମାସିଷ୍ଟ କେହି ରହୁ ନ ଥିବା ବେଳେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ ଓ ଜଣେ ଆଟେଣ୍ଡାଣ୍ଟରେ ସ୍ବାସ୍ଥ୍ୟକେନ୍ଦ୍ର ଚାଲିଛି। ରୋଗୀଙ୍କୁ ଆଟେଣ୍ଡାଣ୍ଟମାନେ ଚିକିତ୍ସା କରୁଥିବା ବେଳେ ଅନେକ ସମୟରେ ମରଣମୁହଁରେ ରୋଗୀ ପଡୁଛନ୍ତି। ଯଦି ବି କେହି ଡାକ୍ତର ଉପସ୍ଥିତ ଥାନ୍ତି ସାଧାରଣ ରୋଗ ପାଇଁ ମଧ୍ୟ ଦାରିଙ୍ଗବାଡ଼ି, ବାଲିଗୁଡ଼ା କିମ୍ବା ଫୁଲବାଣୀକୁ ରେଫର କରି ଦିଅନ୍ତି । ଫଳରେ ରୋଗୀ ଓ ପରିବାର ଖର୍ଚ୍ଚାନ୍ତରେ ପଡ଼ିଥାନ୍ତି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ସ୍ବାସ୍ଥ୍ୟକର୍ମୀ ପ୍ରିୟଦର୍ଶିନୀ ତ୍ରିପାଠୀ କହିଛନ୍ତି, ଡାକ୍ତରଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ସେ ଛୁଟିରେ ଯାଇଛନ୍ତି।

ଏନେଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି, ଡାକ୍ତର ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁପସ୍ଥିତ ରହିଥିବା ତାଙ୍କ ନିକଟରେ କୌଣସି ଖବର ନାହିଁ କି ସେ କୌଣସି ଛୁଟି ଦରଖାସ୍ତ ଦେଇ ନ ଥିବା କହିଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଇନ୍‌ଚାର୍ଜ ସାମନ୍ତରାୟ ଓ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କ କଥାରେ କୌଣସି ତାଳମେଳ ନ ଥିବାରୁ ସତ୍ୟତା କିଛି ଜଣାପଡୁ ନାହିଁ।

ପ୍ରକାଶ ଯେ, ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ନୂତନ ଭାବେ ଗତ ୨୬ରେ ଜଣେ ଡାକ୍ତର ନିଯୁକ୍ତି ପାଇଥିଲେ। ପରେ ୫ ଦିନ ପାଇଁ ତାଙ୍କର ଏକ ଟ୍ରେନିଂ ପଡ଼ିଥିଲା। ଟ୍ରେନିଂ ସରିଥିଲେ ସୁଦ୍ଧା ଡାକ୍ତର ଜଣକ କାହିଁକି ଆସୁନାହାନ୍ତି ଓ ଛୁଟି ଦରଖାସ୍ତ ନ ଦେଇ କିଭଳି ସେ ରହିଛନ୍ତି ତା’ର ତଦନ୍ତ କରାଯିବ ବୋଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନ୍‌ଚାର୍ଜ ସାମନ୍ତରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri