ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି,୧୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ରହୁ ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ ଜଣେ ନୂତନ ଡାକ୍ତର ହସ୍ପିଟାଲରେ ନିଯୁକ୍ତି ପାଇଥିଲେ। ସେ କିଛିଦିନ କାର୍ଯ୍ୟକରି ଆଉ ଆସୁ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବ୍ଲକର ଗୁମିକିଆ, ତିଲୋରୀ, ବୁଡ଼ାଗୁଡା ପଞ୍ଚାୟତ ସମେତ ବାଲିଗୁଡ଼ା ବ୍ଲକର ଋତୁଙ୍ଗିଆ, କୋଟଗଡ଼ ବ୍ଲକର ପକାରୀ, ରାଣୀପାଙ୍ଗା ଆଦି ଅଞ୍ଚଳର ପ୍ରାୟ ୮ଟି ପଞ୍ଚାୟତର ପ୍ରାୟ ୩୦ହଜାର ଲୋକ ନିର୍ଭର କରୁଛନ୍ତି। ହେଲେ ସେଠାରେ ନିୟମିତ ଡାକ୍ତର ଓ ଫାର୍ମାସିଷ୍ଟ କେହି ରହୁ ନ ଥିବା ବେଳେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ ଓ ଜଣେ ଆଟେଣ୍ଡାଣ୍ଟରେ ସ୍ବାସ୍ଥ୍ୟକେନ୍ଦ୍ର ଚାଲିଛି। ରୋଗୀଙ୍କୁ ଆଟେଣ୍ଡାଣ୍ଟମାନେ ଚିକିତ୍ସା କରୁଥିବା ବେଳେ ଅନେକ ସମୟରେ ମରଣମୁହଁରେ ରୋଗୀ ପଡୁଛନ୍ତି। ଯଦି ବି କେହି ଡାକ୍ତର ଉପସ୍ଥିତ ଥାନ୍ତି ସାଧାରଣ ରୋଗ ପାଇଁ ମଧ୍ୟ ଦାରିଙ୍ଗବାଡ଼ି, ବାଲିଗୁଡ଼ା କିମ୍ବା ଫୁଲବାଣୀକୁ ରେଫର କରି ଦିଅନ୍ତି । ଫଳରେ ରୋଗୀ ଓ ପରିବାର ଖର୍ଚ୍ଚାନ୍ତରେ ପଡ଼ିଥାନ୍ତି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ସ୍ବାସ୍ଥ୍ୟକର୍ମୀ ପ୍ରିୟଦର୍ଶିନୀ ତ୍ରିପାଠୀ କହିଛନ୍ତି, ଡାକ୍ତରଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ସେ ଛୁଟିରେ ଯାଇଛନ୍ତି।

ଏନେଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି, ଡାକ୍ତର ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁପସ୍ଥିତ ରହିଥିବା ତାଙ୍କ ନିକଟରେ କୌଣସି ଖବର ନାହିଁ କି ସେ କୌଣସି ଛୁଟି ଦରଖାସ୍ତ ଦେଇ ନ ଥିବା କହିଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଇନ୍‌ଚାର୍ଜ ସାମନ୍ତରାୟ ଓ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କ କଥାରେ କୌଣସି ତାଳମେଳ ନ ଥିବାରୁ ସତ୍ୟତା କିଛି ଜଣାପଡୁ ନାହିଁ।

ପ୍ରକାଶ ଯେ, ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ନୂତନ ଭାବେ ଗତ ୨୬ରେ ଜଣେ ଡାକ୍ତର ନିଯୁକ୍ତି ପାଇଥିଲେ। ପରେ ୫ ଦିନ ପାଇଁ ତାଙ୍କର ଏକ ଟ୍ରେନିଂ ପଡ଼ିଥିଲା। ଟ୍ରେନିଂ ସରିଥିଲେ ସୁଦ୍ଧା ଡାକ୍ତର ଜଣକ କାହିଁକି ଆସୁନାହାନ୍ତି ଓ ଛୁଟି ଦରଖାସ୍ତ ନ ଦେଇ କିଭଳି ସେ ରହିଛନ୍ତି ତା’ର ତଦନ୍ତ କରାଯିବ ବୋଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନ୍‌ଚାର୍ଜ ସାମନ୍ତରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri