ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ ୪/୫ ଥର ବିଦ୍ୟୁତ୍ କାଟ ହେଉଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି।
ବିଦ୍ୟୁତ୍ କାଟ୍ ସମ୍ପର୍କରେ କିଛି ସୂଚନା ନ ଦେଇ ବିଦ୍ୟୁତ୍ କାଟ କରୁଥିବାରୁ କମ୍ପାନୀର ଏପରି ନୀତିକୁ ନେଇ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।

