ଜାତୀୟ ରାଜପଥରେ ଡିଭାଇଡର ଭଙ୍ଗାକୁ ନେଇ ବଢୁଛି ଅସନ୍ତୋଷ

କେନ୍ଦୁଝର,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ୨୦ ନଂ ଜାତୀୟ ରାଜପଥ କଡରେ ଥିବା ଏକ ପେଟ୍ରୋଲ ପମ୍ପକୁ ଗାଡି ଚଳାଚଳ କରିବା ପାଇଁ ୨୦ ନଂ ଜାତୀୟ ରାଜପଥର ଡିଭାଇଡରକୁ ଭାଙ୍ଗି ଦିଆଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଲୋଙ୍କ ମଧ୍ୟରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ା ଲୋକଙ୍କ ଅଭିଯୋଗ ମୁତାବକ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ରାଜପଥରେ ଡିଭାଇର ତିଆରି ହୋଇଥିଲା। ହେଲେ ଜାତୀୟ ରାଜପଥ ପ୍ରାଧିକରଣର ବିନା ଅନୁମତିରେ ଡିଭାଇଡରକୁ ଭଙ୍ଗା ଯାଇଥିବାରୁ ଦୁର୍ଘଟଣା ଘଟୁଛି। ଏଭଳି ପରିସ୍ଥିତିରେ ଦୁର୍ଘଟଣା ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନେବା ସହ ରାସ୍ତାର ମରାମତି ଓ ନିର୍ମାଣ କାମ କରାଯାଉଛି। ବେଆଇନ ଭାବେ ପାଖାପାଖି ୧୦୦ମିଟର ଡିଭାଇଡର ଓ ରାସ୍ତାକୁ କାହିଁକି ଭଙ୍ଗାଗଲା ତାହାକୁ ନେଇ ପ୍ରଶ୍ନ ଉଠିଛିି। ଏପରିକି ରାସ୍ତାରେ ଯାତାୟାତ କରୁଥିବା ଏନ୍‌ଏଚ୍‌ଏଆଇର ପାଟ୍ରୋଲିଂ ଗାଡି ମଧ୍ୟ ଜାଣି ଚୁପ ରହିବା ସନ୍ଦେହକୁ ଅଧିକ ଘନୀଭୂତ କରୁଛି ା ଏଥିରେ ଏନ୍‌ଏଚଏଆଇର କେତେକ ଦୁର୍ନିତିଗ୍ରସ୍ତ କର୍ମଚାରୀଙ୍କ ହାତ ଥିବା ସ୍ଥାନୀୟ ଲୋକ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri