କ୍ୟାଡ଼ର ପୁନଃଗଠନ ଅନୁମୋଦନକୁ ନେଇ ଅସନ୍ତୋଷ: ଦାବି ପୂରଣ ନହେଲେ ଆନ୍ଦୋଳନ ଧମକ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ମଙ୍ଗଳବାର କ୍ୟାଡ଼ର ପୁନଃଗଠନକୁ ଅନୁମୋଦନ ଦିଆଯାଇଛି। ଉକ୍ତ ପୁନଃଗଠନରୁ ପିଅନ, ରାତ୍ର ଜଗୁଆଳି, ଡ୍ରାଇଭରଙ୍କୁ ବାଦ ଦିଆଯାଇଛି। ଯାହାକୁ ନେଇ ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘ କେନ୍ଦ୍ରୀୟ ସଂଘ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଛି ।

ଏନେଇ ସଂଘର ରାଜ୍ୟ କାର୍ଯ୍ୟକାରୀ ସଭାପତି ସଂଗ୍ରାମ କେଶରୀ ପଟ୍ଟନାୟକ ଅସନ୍ତୋଷ ପ୍ରକାଶ କରି କହିଛନ୍ତି, ସରକାର ତୁରନ୍ତ ଉକ୍ତ କର୍ମଚାରୀଙ୍କ କଥାକୁ ବିଚାରକୁ ନେଇ ସେମାନଙ୍କୁ କ୍ୟାଡ଼ରଭୁକ୍ତ କରନ୍ତୁ। ନଚେତ୍‌ ଆଗାମୀ ଦିନରେ ସଂଘ ପକ୍ଷରୁ ଏନେଇ ରାଜ୍ୟ ସାରା ଆନ୍ଦୋଳନ କରାଯିବ। ଅନାବଶ୍ୟକ ଭାବରେ ଅନେକ ଅଧିକାରୀଙ୍କୁ କ୍ୟାଡ଼ରଭୁକ୍ତ କରାଯାଇଛି । ଯାହାକି ଆଗରୁ ନ ଥିଲା। ଏହା କର୍ମଚାରୀ ଶୋଷଣର ଏକ ଜ୍ୱଳନ୍ତ ଉଦାହରଣ ବୋଲି ସେ କହିଛନ୍ତି। ଏଥିସହ ସଂଗ୍ରାମଙ୍କ ନେତୃତ୍ୱରେ କିଛିଦିନ ପୂର୍ବେ ଭଞ୍ଜନଗର ଶାଖାର ଏକ ବୈଠକ ହୋଇଥିଲା। ବୈଠକରେ ସଙ୍ଘର ବିଭିନ୍ନ ସମସ୍ୟା ଓ ତାର ନିରାକରଣ କିଭଳି ହୋଇପାରିବ ସେନେଇ ଆଲୋଚନା ହୋଇଥିଲା।

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ୧୨୫୩ ଜଣ କ୍ୟାଡ଼ର ଭୁକ୍ତ ହୋଇଛନ୍ତି । ସେଥିମଧ୍ୟରୁ ଅଫିସର୍‌ ଠାରୁ ଆରମ୍ଭ କରି କିରାଣୀ ପର୍ଯ୍ୟନ୍ତ ଅଛନ୍ତି। କିନ୍ତୁ ଡ୍ରାଇଭର, ପିଅନ, ରାତ୍ର ଜଗୁଆଳି ଉକ୍ତ କ୍ୟାଡ଼ରରୁ ବଞ୍ଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri