ରାଜସ୍ବ ଗ୍ରାମ ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଜଙ୍ଗଲ ଜମି ଅଧିକାର ଆଇନ ୨୦୦୬ରେ ପ୍ରାବଧାନ ଥିବା ସତ୍ତ୍ୱେ ବଣଜଙ୍ଗଲ ଘେରା ଅଞ୍ଚଳରେ ରହୁଥିବା ପୁରାତନ ବସ୍ତି ଓ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଗ୍ରାମସଭାରେ ନିଷ୍ପତ୍ତି ହୋଇ ପ୍ରଶାସନ ନିକଟକୁ ଗ୍ରାମବାସୀ ପଠାଉଥିଲେ ହେଁ ମାନ୍ୟତା ମିଳୁ ନ ଥିବାରୁ ଜିଲାପାଳ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଚିଫ୍‌ ସେକ୍ରେଟାରୀ, ମାନବାଧିକାର କମିଶନ, ଏସ୍‌ସିଏସ୍‌ଟି କମିଶନ, ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଜଣାଇବା ପରେ ସୁଫଳ ମିଳୁ ନ ଥିବାରୁ ହାଟଡିହି ବ୍ଲକର କଅଁଳେଇବାଲିପାଳ ପଞ୍ଚାୟତର ମଲ୍ଲୀପଶି, ସରମୁଣ୍ଡି, ମୟୂରନଚା, ଭଅଁରା ଆଦି ଗ୍ରାମର ଗ୍ରାମବାସୀ ଚିନ୍ତାରେ ରହିଛନ୍ତି। ସେମାନେ ପୁଣି ଥରେ ଏସ୍‌ସିଏସ୍‌ଟି କମିଶନର ସଦସ୍ୟ ଅନନ୍ତ ନାୟକ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଲିଖିତ ଜଣାଇ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିବେଦନ କରିଛନ୍ତି ା

ପ୍ରକାଶ ଯେ, ହଦଗଡ଼ ଜଳଭଣ୍ଡାର ଦ୍ୱାରା କ୍ଷତିଗ୍ରସ୍ତ ଓ ବିସ୍ଥାପିତ ହୋଇ ଏହି ଆଦିବାସୀମାନେ ହଦଗଡ଼ ସଂରକ୍ଷିତ ଜଙ୍ଗଲର ଉପରୋକ୍ତ ଗ୍ରାମରେ ପୂର୍ବ ଗ୍ରାମ ନାମରେ ବସବାସ କରିଆସୁଥିବା କହିଛନ୍ତି। ଏହି ୫ଟି ଗ୍ରାମରେ ୭୬୦ଟି ପରିବାର ରହିଥିବା ବେଳେ ପଟ୍ଟା ପାଇ ପାରୁ ନ ଥିବାରୁ ଭୂମିହୀନ ହୋଇ ଜୀବନଯାପନ କରୁଛନ୍ତି। ଏନେଇ ବୁଧବାର ଅନୁଷ୍ଠିତ ଏକ ଗ୍ରାମସଭାରେ ଶ୍ରୀରାମ ନାଏକ, ରଘୁନାଥ ନାଏକ, ଲୋକନାଥ କୁଣ୍ଡେଇ, କୁନାମନ୍ତ ପ୍ରଧାନ, ବୁଧିରାମ ପୂର୍ତ୍ତି, ରାଉତ ହୋ, ତ୍ରିଲୋଚନ ବିନିସିଆ, ନାରାୟଣ ଖଣ୍ଡେଇ, ସୁଶାନ୍ତ ନାଏକ, ହୃଷୀକେଶ କଳପାଳିଅଙ୍କେ ସମେତ ୫ଟି ଗ୍ରାମର ବହୁ ଲୋକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri