କାଉନସିଲର ବୈଠକ ବାତିଲ ନେଇ ଅସନ୍ତୋଷ

ଗଞ୍ଜାମ,୧୨ା୧୨(ଡି.ଏନ୍‌.ଏ.): ସୋମବାର ଗଞ୍ଜାମ ଏନ୍‌ଏସି କାଉନସିଲର ବୈଠକ ହେବା ନେଇ ପୂର୍ବରୁ ସ୍ଥିର ହୋଇଥିଲା। ତାହା ହଠାତ୍‌ ବାତିଲ ହୋଇ ଯାଇଥିଲା। ଯାହାକୁ ନେଇ କାଉନସିଲରମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏନେଇ ବିଧାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର୍‌ମାନଙ୍କୁ ଅବଗତ କରାଯାଇଥିଲା। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମଧ୍ୟ ବୈଠକରେ ଯୋଗ ଦେବା ପାଇଁ ଏନ୍‌ଏସି କାର୍ଯ୍ୟାଳୟରେ ପହଞ୍ଚି ଥିଲେ। କିନ୍ତୁ ହଠାତ୍‌ ବିଧାୟକ କୌଣସି କଥାକୁ ନେଇ ବିରକ୍ତ ପ୍ରକାଶ କରିବା ସହ ବୈଠକ ପୂର୍ବରୁ ଚାଲିଯାଇଥିଲେ। ଏଥିସହ ବିଧାୟକ ବେହେରା ନିଜ ଗାଡି ପାଖରେ ନିଜ ଦଳୀୟ କାଉନସିଲରମାନଙ୍କ ସହ ସହରର ଉନ୍ନୟନ କାର୍ଯ୍ୟ ସମ୍ପର୍କରେ କଥାବାର୍ତ୍ତା କରୁଥିବା ବେଳେ ସେହି ସମୟରେ ଏନ୍‌ଏସି କର୍ମଚାରୀ ଦସ୍ତଖତ ନିମନ୍ତେ ଖାତା ବଢ଼ାଇଥିଲେ। ଫଳରେ ବିଧାୟକ ପ୍ରବଳ ଅସନ୍ତୋଷ ବ୍ୟକ୍ତ କରିବା ସହ ଏନ୍‌ଏସି କାର୍ଯ୍ୟାଳୟରୁ ଚାଲିଯାଇଥିଲେ। ଅନ୍ୟପଟେ ସହରରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ବିଲ୍‌ ଉଦ୍ଦେଶ୍ୟମୂଳକ ଭାବେ କରାଯାଉ ନ ଥିବା ଉପନଗରପାଳ ସୁରେନ୍ଦ୍ର ବାରିକିଙ୍କ ସମେତ କାଉନସିଲରମାନେ ଗଣମାଧ୍ୟମକୁ କହିଛନ୍ତି। ସହରରେ ନୂତନ ଭାବେ ନିର୍ମାଣ ହେଉଥିବା ବିଭିନ୍ନ ପ୍ରକଳ୍ପ ବିଲ୍‌ ପ୍ରଦାନ କରାଯାଉନାହିଁ। ଯାହା ଫଳରେ ଠିକାଦାରମାନେ ପ୍ରକଳ୍ପ କାର୍ଯ୍ୟ ଆଗକୁ ବଢ଼ାଇବା ପାଇଁ ମୁହଁ ଫେରାଉ ଥିବା ଉପନଗରପାଳ ଗଣମାଧ୍ୟମକୁ କହିଛନ୍ତି। ଯେ ପର୍ଯ୍ୟନ୍ତ ଏହାର ସ୍ଥାୟୀ ସମାଧାନ ନ ହୋଇଛି ସେପର୍ଯ୍ୟନ୍ତ ବୈଠକରେ ଯୋଗ ଦେବୁ ନାହିଁ ବୋଲି କାଉନସିଲରମାନେ କଡ଼ା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri