Posted inଜାତୀୟ

ଭାଜପାର କୁହୁଳୁଛି ଅସନ୍ତୋଷ, ୬ ମାସରେ ୩ ରାଜ୍ୟରେ ୪ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୨।୯: ଭାଜପା ଶାସିତ ରାଜ୍ୟରେ ନେତାଙ୍କ ମଧ୍ୟରେ ଧୀରେଧୀରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ଏହାର ଫଳସ୍ବରୂପ ଗତ ୬ ମାସ ମଧ୍ୟରେ ଦେଶର ୩ ରାଜ୍ୟ ୪ ଜଣ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଗୁଜରାଟର ବିଧାନସଭା ନିର୍ବାଚନର ପ୍ରାୟ ୧୫ ମାସ ପରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଗୁଜରାଟ ପୂର୍ବରୁ ଉତ୍ତରାଖଣ୍ଡ ଏବଂ କର୍ନାଟକରେ ଭାଜପା ହାଇକମାଣ୍ଡ ପୂର୍ବରୁ ୩ ମୁଖ୍ୟମନ୍ତ୍ରୀଙ୍କୁ ବଦଳାଇଛନ୍ତି। ଏବେ ବିଜୟ ରୂପାନି ଚତୁର୍ଥ ମୁଖ୍ୟମନ୍ତ୍ରୀ ଭାବେ ପଦ ହରାଇଛନ୍ତି।

ଗୁଜରାଟରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପୂର୍ବରୁ କୌଣସି ବିଶେଷ କାର୍ଯ୍ୟକଳାପ ଦେଖାଯାଇ ନ ଥିଲା। ହଠାତ୍‌ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ।

ମାର୍ଚ୍ଚରେ ଭାଜପାର ତତ୍କାଳୀନ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କ ସ୍ଥାନରେ ଲୋକସଭା ସଦସ୍ୟ ତିରଥ ସିଂ ରାୱତଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ବଦଳାଯାଇଥିଲା। ଜୁଲାଇରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯିବା ପରେ ଚାରି ମାସ ପରେ ତିରଥଙ୍କୁ ମଧ୍ୟ ହଟାଇ ଦିଆଯାଇଥିଲା। ତାଙ୍କ ସ୍ଥାନରେ ବିଧାୟକ ପୁଷ୍କର ସିଂ ଧାମିଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯାଇଥିଲା। ସେହିପରି କର୍ନାଟକରେ ବି.ଏସ.ୟେଦୁରପ୍ପାଙ୍କୁ ବଦଳାଇ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନିର୍ଦ୍ଦେଶକୁ ବି.ଏସ. ବୋମ୍ମାଇଙ୍କୁ ପ୍ରଦାନ କରାଯାଇଥିଲା।

କେତେକ ଭାଜପା ନେତା କହିଛନ୍ତି ଯେ ରାଜ୍ୟରେ ଏକ ନୂତନ ନେତୃତ୍ୱ ଆଣିବା ପାଇଁ ଗୁଜରାଟ ଏବଂ କର୍ନାଟକର ମୁଖ୍ୟମନ୍ତ୍ରୀଙ୍କୁ ପରିବର୍ତ୍ତନ କରାଯାଇଛି। କର୍ନାଟକରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ପୁଅଙ୍କ ବିରୋଧରେ ଅସନ୍ତୋଷ ପ୍ରକାଶ ପାଇଥିବା ଚର୍ଚ୍ଚା ହେଉଛି। ସେହିଭଳି ଗୁଜରାଟ ୟୁନିଟରେ ରୂପାନୀଙ୍କୁ ଦଳର ଏକ ଅସନ୍ତୁଷ୍ଟ ଗୋଷ୍ଠୀଙ୍କ ଦ୍ୱାରା ହଟାଇବାକୁ ଦାବି କରାଯାଇଥିଲା। କାରଣ ରୂପାନୀଙ୍କ ନେତୃତ୍ୱରେ ଆସନ୍ତା ବର୍ଷ ହେବାକୁ ଥିବା ରାଜ୍ୟ ନିର୍ବାଚନରେ ଜିତିବା କଷ୍ଟକର ହେବ।

ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ନୂତନ ଚେହେରା ଆଣିବା ପାଇଁ ବଦଳି ହୋଇଥିବାବେଳେ ତିରଥ ସିଂ ରାୱତ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାର ୬ ମାସ ମଧ୍ୟରେ ବିଧାନସଭାକୁ ନିର୍ବାଚିତ ହୋଇପାରି ନ ଥିବାରୁ ତାଙ୍କୁ ହଟାଇ ଦିଆଯାଇଥିଲା।

ଭାଜପା ଶାସିତ ରାଜ୍ୟରେ ଏଭଳି ଗୋଷ୍ଠୀ କନ୍ଦଳ ଯୋଗୁ ଦଳୀୟ ନେତାଙ୍କ ମଧ୍ୟରେ ଫାଟ ବଢିଚାଲିଛି। ଏହାକୁ ନେଇ ହାଇକମାଣ୍ଡଙ୍କୁ ଚିନ୍ତା ଘାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri