ବେଜିଂ ପରେ ଉହାନକୁ ବ୍ୟାପିଲା ଅସନ୍ତୋଷ ନିଆଁ…

ବେଜିଂ,୨୮।୧୧ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଏହାକୁ ନେଇ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। ଏନେଇ ଲୋକେ ସରକାରଙ୍କ ବିରୋଧରେ ପ୍ରଦର୍ଶନ କରିବା ସହିତ ରାଷ୍ଟ୍ରପତି ଶି ଜିନ୍‌ ପିଙ୍ଗଙ୍କ ଇସ୍ତଫା ଦାବି କରିଛନ୍ତି। ବେଜିଂ ପରେ ଏବେ ଏହିଅସନ୍ତୋଷ ନିଆଁ କରୋନାର ଏନ୍ତୁଡ଼ିଶାଳ ଉହାନ ସହରକୁ ବ୍ୟାପିଛି।

ଏଠାରେ ହଜାର ହଜାର ପ୍ରଦର୍ଶନକାରୀ ରାଜରାସ୍ତାକୁ ଓହ୍ଲାଇ ସରକାର ବିରୋଧି ସ୍ଲୋଗାନ ଦେଇଛନ୍ତି। କରୋନା ଆକ୍ରାନ୍ତଙ୍କ ଦୈନିକ ସଂଖ୍ୟା ଗତ ୨୪ ଘଣ୍ଟାରେ ୪୦ ହଜାରରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୯,୭୯୧ ଥିଲା। ବେଜିଂରେ କରୋନାଙ୍କ ନୂଆ ମାମଲାରେ ବୃଦ୍ଧି ଘଟିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ବେଜିଂର ଅଧିକାରୀମାନେ ପାର୍କ, ଅଫିସ କୋଠା ଏବଂ ଶପିଂ ମଲ ବନ୍ଦ କରିଛନ୍ତି। ସହରର ସବୁଠାରୁ ଜନବହୁଳ ଚାଓୟାଙ୍ଗ ଜିଲାରେ ସମ୍ପୂର୍ଣ୍ଣ ଲକଡାଉନ ରଖାଯାଇଛି। ଯଦି ଆବଶ୍ୟକ ନହୁଏ ତେବେ ବାସିନ୍ଦା ଘରୁ ବାହାରକୁ ନଯିବାକୁ ଅନୁରୋଧ କରିଛନ୍ତି। ରାଜଧାନୀ ବେଜିଂରେ ସବୁଠାରୁ ଅଧିକ ପ୍ରଭାବିତ ଅଞ୍ଚଳରେ ପରିଣତ ହୋଇଥିବା ଚାଓୟାଙ୍ଗ ଜିଲାର ପ୍ରାୟ ୩୫ ଲକ୍ଷ ଲୋକଙ୍କୁ ଏହି ମହାମାରୀଠାରୁ ଦୂରେଇ ରହିବାକୁ ସ୍ବାସ୍ଥ୍ୟ ଅଧିକାରୀମାନେ ଅନୁରୋଧ କରିଛନ୍ତି। ତେଣୁ ସେମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଜାତୀୟ ରୋଗ ନିୟନ୍ତ୍ରଣ ଏବଂ ନିରାକରଣ ପ୍ରଶାସନର ହୁ ଜିଆଙ୍ଗ ଦେଶର ଗଣମାଧ୍ୟମରେ କହିଛନ୍ତି ଯେ ଚାଇନାରେ ସ୍ଥାନୀୟ ମହାମାରୀ ପରିସ୍ଥିତି ଗୁରୁତର ହେବାରେ ଲାଗିଛି। ସେ କହିଛନ୍ତି ଯେ ସମଗ୍ର ଚାଇନାରେ ନୂତନ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri