ବେଜିଂ ପରେ ଉହାନକୁ ବ୍ୟାପିଲା ଅସନ୍ତୋଷ ନିଆଁ…

ବେଜିଂ,୨୮।୧୧ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଏହାକୁ ନେଇ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। ଏନେଇ ଲୋକେ ସରକାରଙ୍କ ବିରୋଧରେ ପ୍ରଦର୍ଶନ କରିବା ସହିତ ରାଷ୍ଟ୍ରପତି ଶି ଜିନ୍‌ ପିଙ୍ଗଙ୍କ ଇସ୍ତଫା ଦାବି କରିଛନ୍ତି। ବେଜିଂ ପରେ ଏବେ ଏହିଅସନ୍ତୋଷ ନିଆଁ କରୋନାର ଏନ୍ତୁଡ଼ିଶାଳ ଉହାନ ସହରକୁ ବ୍ୟାପିଛି।

ଏଠାରେ ହଜାର ହଜାର ପ୍ରଦର୍ଶନକାରୀ ରାଜରାସ୍ତାକୁ ଓହ୍ଲାଇ ସରକାର ବିରୋଧି ସ୍ଲୋଗାନ ଦେଇଛନ୍ତି। କରୋନା ଆକ୍ରାନ୍ତଙ୍କ ଦୈନିକ ସଂଖ୍ୟା ଗତ ୨୪ ଘଣ୍ଟାରେ ୪୦ ହଜାରରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୯,୭୯୧ ଥିଲା। ବେଜିଂରେ କରୋନାଙ୍କ ନୂଆ ମାମଲାରେ ବୃଦ୍ଧି ଘଟିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ବେଜିଂର ଅଧିକାରୀମାନେ ପାର୍କ, ଅଫିସ କୋଠା ଏବଂ ଶପିଂ ମଲ ବନ୍ଦ କରିଛନ୍ତି। ସହରର ସବୁଠାରୁ ଜନବହୁଳ ଚାଓୟାଙ୍ଗ ଜିଲାରେ ସମ୍ପୂର୍ଣ୍ଣ ଲକଡାଉନ ରଖାଯାଇଛି। ଯଦି ଆବଶ୍ୟକ ନହୁଏ ତେବେ ବାସିନ୍ଦା ଘରୁ ବାହାରକୁ ନଯିବାକୁ ଅନୁରୋଧ କରିଛନ୍ତି। ରାଜଧାନୀ ବେଜିଂରେ ସବୁଠାରୁ ଅଧିକ ପ୍ରଭାବିତ ଅଞ୍ଚଳରେ ପରିଣତ ହୋଇଥିବା ଚାଓୟାଙ୍ଗ ଜିଲାର ପ୍ରାୟ ୩୫ ଲକ୍ଷ ଲୋକଙ୍କୁ ଏହି ମହାମାରୀଠାରୁ ଦୂରେଇ ରହିବାକୁ ସ୍ବାସ୍ଥ୍ୟ ଅଧିକାରୀମାନେ ଅନୁରୋଧ କରିଛନ୍ତି। ତେଣୁ ସେମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଜାତୀୟ ରୋଗ ନିୟନ୍ତ୍ରଣ ଏବଂ ନିରାକରଣ ପ୍ରଶାସନର ହୁ ଜିଆଙ୍ଗ ଦେଶର ଗଣମାଧ୍ୟମରେ କହିଛନ୍ତି ଯେ ଚାଇନାରେ ସ୍ଥାନୀୟ ମହାମାରୀ ପରିସ୍ଥିତି ଗୁରୁତର ହେବାରେ ଲାଗିଛି। ସେ କହିଛନ୍ତି ଯେ ସମଗ୍ର ଚାଇନାରେ ନୂତନ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri