କାର୍ଯ୍ୟକଳାପରେ ଅସନ୍ତୋଷ: ପଡ଼ିଆ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

ମାଲକାନଗିରି,୫।୪ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡିଆ ବ୍ଲକରେ ଦୀର୍ଘ ଦିନ ଧରି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟଙ୍କ ବିକ୍ଷୋଭ ଚାଲିଥିବା ବେଳେ ଶୁକ୍ରବାର ଏହାର ଅବସାନ ଘଟିଛି। ୮ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ଶୁକ୍ରବାର ପଡିଆ ବ୍ଲକ ଅଧ୍ୟକ୍ଷା ଯମୁନା ମୁସାକିଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଆଣି ଉପଜିଲାପାଳ ଦୁର୍ଯ୍ୟୋଧନ ଭୋଇଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ପଞ୍ଚାୟତ ସମିତି ସଭ୍ୟଙ୍କ ଅଭିଯୋଗ ଅନୁଯାୟୀ, ପଡିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ମୁସାକି ସେମାନଙ୍କୁ ଚାପ ପକାଇ ଇସ୍ତଫା ପତ୍ରରେ ଦସ୍ତଖତ କରାଇଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା । ଗୁରୁବାର ବ୍ଲକର ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମିତି ସଭ୍ୟମାନଙ୍କୁ ନେଇ ହୋଇଥିବା ଏକ ବୈଠକରେ ସମସ୍ତେ ଅଧ୍ୟକ୍ଷାଙ୍କ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକଟ କରିଥିଲେ। ଏଥିସହ ସମିତି ଅଧ୍ୟକ୍ଷା ମୁସାକି ଉନ୍ନୟନମୂଳକ କାର୍ଯ୍ୟଗୁଡିକ ବିକ୍ରି କରି ଗୋପନରେ ଟଙ୍କା ଆଦାୟ ଓ ପିସି ବାବଦରେ ଅଗ୍ରୀମ ଟଙ୍କା ପୈଠ ନ କଲେ ବିଲ୍‌ରେ ଦସ୍ତଖତ ନ କରି ମାସ ମାସ ଧରି ଫାଇଲ ରଖୁଥିବା ଅଭିଯୋଗ କରିଛନ୍ତି। ତେବେ ଆବଶ୍ୟକ ସ୍ଥଳେ ଫାଇଲଗୁଡିକ ଉପ ଜିଲାପାଳଙ୍କ ନିକଟକୁ ଯାଉଥିଲା। ଏଣୁ ମୁସାକି ସ୍ବଇଚ୍ଛାରେ ଇସ୍ତଫା ଦେଉଛନ୍ତି ବୋଲି କହି ଦସ୍ତଖତ କରିଥିଲେ ଏବଂ ଏହାର ଭିଡିଓ ମଧ୍ୟ ରହିଛି। ତେଣୁ ଶୁକ୍ରବାର ସମସ୍ତ ୭ଜଣ ସମିତି ସଭ୍ୟ ଉପଜିଲାପାଳ ଦୁର୍ଯ୍ୟୋଧନ ଭୋଇଙ୍କୁ ସାକ୍ଷାତ କରି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପତ୍ର ପ୍ରଦାନ କରିଛନ୍ତି। ତେବେ ଏ ସମ୍ପର୍କରେ ପଡିଆ ସମିତି ଅଧ୍ୟକ୍ଷାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ଏ ସମ୍ପର୍କରେ ଉପ ଜିଲାପାଳ ଭୋଇ କହିଛନ୍ତି, ଆଗାମୀ ଦିନରେ ଏହି ଅନସ୍ଥା ପ୍ରସ୍ତାବ ନେଇ ସରକାରୀ ସ୍ତରରେ ନିର୍ବାଚନ ପ୍ରକ୍ରିୟା ରହିଛି । ସେ ସମ୍ପର୍କରେ ରାଜ୍ୟ ନର୍ବାଚନ ଅଧିକାରୀ ଓ ଜିଲାପାଳଙ୍କୁ ଜଣାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?