ସଚେତନତା, ଯାଞ୍ଚ କଡ଼ାକଡ଼ି ହେଉ ନ ଥିବାରୁ ଅସନ୍ତୋଷ

ଢେଙ୍କାନାଳ,୧୬ା୯(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଅଗଷ୍ଟ ମାସ ମଧ୍ୟରେ ଜିଲାରେ ସଡ଼କ ଦୁର୍ଘଟଣାରେ ୧୩୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ୫ଦିନ ମଧ୍ୟରେ ୫ଜଣଙ୍କ ମୃତ୍ୟୁ ହୋଇଥିବାରୁ ଏହାକୁ ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ସଡ଼କ ସୁରକ୍ଷା ପାଇଁ ସଚେତନତା ଓ ଯାନବାହାନ ଯାଞ୍ଚ କାର୍ଯ୍ୟ ଠିକ୍‌ ଭାବରେ ହେଉ ନ ଥିବା ଦର୍ଶାଇ ବୈଠକରେ ଅଧ୍ୟକ୍ଷତା କରୁଥିବା ଜିଲାପାଳ ସରୋଜ କୁମାର ସେଠୀ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେହିପରି ବୈଠକରେ ତଥ୍ୟ ପ୍ରଦାନ କରୁଥିବା ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ତଦନୁଯାୟୀ କାର୍ଯ୍ୟ କରୁ ନ ଥିବା ସଡ଼କ ସୁରକ୍ଷା କମିଟିର ସଭ୍ୟମାନେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଦ୍ୱାରା ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ସଂକ୍ରାନ୍ତରେ ରିପୋର୍ଟ ପ୍ରଦାନ କରିବା ନିମନ୍ତେ ଜିଲାପାଳଙ୍କ ନିର୍ଦ୍ଦେଶରେ ଏକ ୫ଜଣିଆ ଟିମ୍‌ ଗଠିତ କରାଯାଇଥିଲା। ଏହି ଟିମ୍‌ ଆସନ୍ତା ସୋମବାର ବିଭିନ୍ନ ସ୍ଥାନରେ ମରାମତି କାର୍ଯ୍ୟ ପରିଦର୍ଶନ କରି ଫଟୋ ସହ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବ।
ଜାତୀୟ ରାଜପଥରେ ଗଲାବେଳେ ଦୁଇଚକିଆ ଯାନ ଚାଳକମାନେ ହେଲମେଟ୍‌ ପିନ୍ଧିବା ବାଧ୍ୟତାମୂଳକ ବୋଲି ଜିଲାପାଳ କହିଥିଲେ। ଅଧିକ ଜନ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯିବା ସହ ଜାତୀୟ ରାଜପଥରେ ମଦ୍ୟପ ଓ ବେପରୁଆ ଗାଡ଼ିଚାଳକମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସଡ଼କ ଦୁର୍ଘଟଣାରେ ଯେପରି କେହି ପ୍ରାଣ ନ ହରାନ୍ତୁ ସେଥିପ୍ରତି ସମସ୍ତେ ଯତ୍ନବାନ ଓ ସତର୍କ ହେବାକୁ ସେ କହିଥିଲେ। ରାସ୍ତା କଡରେ ଥିବା ଢାବାଗୁଡ଼ିକରେ ବ୍ୟବସାୟ ପାଇଁ ରାଜପଥ ମଝିରେ ବେଆଇନ ଭାବେ କଟିଂ କରାଯାଇଥିବାରୁ ଏହା ଦୁର୍ଘଟଣା ବଢିବାର ଅନ୍ୟ ଏକ କାରଣ ବୋଲି ଆଲୋଚନା ହୋଇଥିଲା। ସେହିପରି ଦୁର୍ଘଟଣା ନିମନ୍ତେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର କହିଥିଲେ। ପୂଜା ପାର୍ବଣରେ ପ୍ରମୁଖ ରାସ୍ତାଗୁଡିକ ସଙ୍କୁଚିତ ହେଉଥିବାରୁ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଏସ୍‌ପିଙ୍କ ପରାମର୍ଶ କ୍ରମେ ବର୍ତ୍ତମାନ ସୁଦ୍ଧା ୫୫ନଂ. ଜାତୀୟ ରାଜପଥର ଆନନ୍ଦନଗର ମଧ୍ୟଦେଇ ଯାଇଥିବା ରାସ୍ତାର ମରାମତି ହୋଇ ନ ଥିବାରୁ ବୈଠକରେ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ, ଆବଶ୍ୟକ ମରାମତି, ଦୁର୍ଘଟଣା ରୋକିବା ନିମନ୍ତେ ପ୍ରତିକାର ବ୍ୟବସ୍ଥା, ରାସ୍ତାରୁ ଗୋରୁ ହଟାଇବା ଓ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଗତବର୍ଷ ବେନିୟମ ଭାବେ ଗାଡ଼ି ଚାଳନା ଯୋଗୁ ୨୩୪୪ ଡ୍ରାଇଭିିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ବେଳେ ଚଳିତବର୍ଷ ଅଗଷ୍ଟ ସୁଦ୍ଧା ୨୩୪୬ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯାଇଛି। ୨୦୨୨ରେ ଜିଲାରେ ୪୬୧ ସଡ଼କ ଦୁର୍ଘଟଣାରେ ୨୦୫ଜଣ ଓ ଚଳିତବର୍ଷ ଅଗଷ୍ଟ ଶେଷ ସୁଦ୍ଧା ୨୬୯ ଦୁର୍ଘଟଣାରେ ୧୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର ସୂଚନା ଦେଇଥିଲେ। ୫୫ନଂ ଜାତୀୟ ରାଜପଥର ବିଭିନ୍ନ ଛକ ଏବଂ ଚିହ୍ନଟ ହୋଇଥିବା ବ୍ଲାକସ୍ପଟ୍‌, ପୂର୍ତ୍ତ ରାସ୍ତା-ଜାତୀୟ ରାଜପଥ ସଂଯୋଗସ୍ଥଳରେ ସୋଲାର ଚାଳିତ ବ୍ଲିଙ୍କର୍ସ ଲଗାଇବା ପାଇଁ ବୈଠକରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ସେହିପରି ଦୁର୍ଘଟଣା ପ୍ରବଣ ସ୍ଥାନ ଏବଂ ଜାତୀୟ ରାଜପଥ-ଅନ୍ୟ ରାସ୍ତାର ସଂଯୋଗସ୍ଥଳରେ ସାଇନେଜ୍‌ ଲଗାଇବା ପାଇଁ ଏନ୍‌ଏଚ୍‌ଏଆଇକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ବୈଠକରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ଲଳିତ ମୋହନ ବେହେରା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, କାମାକ୍ଷାନଗର ଉପଜିଲାପାଳ ନାରାୟଣଚନ୍ଦ୍ର ନାୟକ, ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁଙ୍କ ସମେତ ସଡ଼କ ସୁରକ୍ଷା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ। ପୂର୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଜୟନ୍ତ ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri