ଛତୁଆରେ ଅପମିଶ୍ରଣ ନେଇ ଅସନ୍ତୋଷ

ସାରସକଣା,୨।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ପୋଖରିଡିହା ପଞ୍ଚାୟତରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରକୁ ବଣ୍ଟନ ପାଇଁ ଆସୁଥିବା ଛତୁଆରେ ଅପମିଶ୍ରଣ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ପୂର୍ବାହ୍ନରେ ଛତୁଆ ନେଇ ଆସିଥିବା ଗାଡ଼ିକୁ ସରପଞ୍ଚ କାଳିପଦ ସିଂଙ୍କ ସମେତ ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଝାରପୋଖରିଆ ଥାନା ସବ୍‌ଇନ୍ସପେକ୍ଟର ମୋନାଲିସା ବେହେରା ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ବୁଝାଶୁଝା କରିବା ସହ ବିଡିଓଙ୍କୁ ଅଭିଯୋଗପତ୍ର ଦେବାକୁ କହିବା ପରେ ସେମାନେ ଗାଡ଼ିକୁ ଛାଡ଼ିଥିଲେ। ସରପଞ୍ଚଙ୍କ କହିବା ମୁତାବକ ଚଳିତମାସ ୧୪ ତାରିଖରେ ସାରସକଣା ପଞ୍ଚାୟତ ସମିତି ବୈଠକରେ ଛତୁଆରେ ଅପମିଶ୍ରଣ କରାଯାଇ ଶିଶୁମାନଙ୍କୁ ଦିଆଯାଉଥିବା ନେଇ ସରପଞ୍ଚ ଓ ସମିତିସଭ୍ୟମାନେ ଅଭିଯୋଗ କରିଥିଲେ। ଏହାର ନମୁନା ଭୁବନେଶ୍ୱରସ୍ଥିତ ପରୀକ୍ଷାଗାରକୁ ପଠାଯାଇଛି। ଏହାର ଯାଞ୍ଚ ପ୍ରକ୍ରିୟା ସରିବା ପୂର୍ବରୁ ପୁଣି ସେହି ଏସ୍‌ଏଚ୍‌ଜି (ସ୍ବୟଂ ସହାୟିକା ଗୋଷ୍ଠୀ)କୁ ବଣ୍ଟନ ଦାୟିତ୍ୱ ଦିଆଯିବା ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବିଧାୟକ ଡା. ବୁଢାନ ମୁର୍ମୁଙ୍କ କହିଛନ୍ତି, ସିଡିପିଓ ଫୋନ ମାଧ୍ୟମରେ ଛତୁଆ ବଣ୍ଟନ କରିବାକୁ ଦିଆଯାଉ ବୋଲି ତାଙ୍କୁ ଅନୁମତି ମାଗିଥିଲେ। ମାତ୍ର ସେ ମନା କରିଥିଲେ। ସିଡିପିଓ ଭାନୁମତୀ ବେହେରାଙ୍କୁ ପଚାରିବାରୁ କହିଛନ୍ତି, ଭୁବନେଶ୍ୱରସ୍ଥିତ ପରୀକ୍ଷାଗାରକୁ ମାନ ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିନାହିଁ ଏବଂ କେବେ ଆସିବ ଜଣାନାହିଁ। ସେତେଦିନ ପର୍ଯ୍ୟନ୍ତ କ’ଣ ଛୁଆମାନଙ୍କ ଖାଦ୍ୟ ବନ୍ଦ କରିହେବ। ପରୀକ୍ଷାଗାରରୁ ଅଖାଦ୍ୟ ବୋଲି ରିପୋର୍ଟ ନ ଆସିବା ଯାଏ ଏହାକୁ ଖାଦ୍ୟରେ ଗଣାଯିବ। ଏ ସମ୍ପର୍କରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମଙ୍କୁ ଯୋଗାଯୋଗ କରିବାରୁ ଛତୁଆକୁ ନେଇ ଲୋକଙ୍କର କୌଣସି ଅଭିଯୋଗ ରହିଥିଲେ ମନ୍ତ୍ରୀଙ୍କ ଅଫିସ ଏବଂ ଜିଲାପାଳଙ୍କୁ ଅଭିଯୋଗପତ୍ର ପଠାଇଲେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri