ପୁରୁଣା ଡ୍ରେନ୍‌ ଉପରେ ନୂଆ କାର୍ଯ୍ୟ ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ସିକାକେତା ପର୍ଯ୍ୟନ୍ତ ୧୫ କିମି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ୨୦୨୨ ଜୁନ୍‌ରୁ ଆରମ୍ଭ କରାଯାଇଥିବା କାର୍ଯ୍ୟ ଅତି ନିମ୍ନମାନର କରାଯାଉଥିବା ବେଳେ ବିଳମ୍ବ ହେଉଛି। ଫଳରେ ଲାଇଫ୍‌ଲାଇନ୍‌ କୁହାଯାଉଥିବା ଏହି ରାସ୍ତାରେ ଯାତାୟାତରେ ବହୁ ସମସ୍ୟା ବୃଦ୍ଧି ପାଇଛି। ଦୈନିକ ଏହି ରାସ୍ତାରେ ଶହ ଶହ ଅଞ୍ଚଳବାସୀ ରାଇକିଆ, ଜି. ଉଦୟଗିରି, ଫୁଲବାଣୀ, ଟିକାବାଲି ଯାତାୟାତ କରିଥାନ୍ତି। ରାସ୍ତା ଏବେ ମରଣଯନ୍ତା ପାଲଟିଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି । ଏବେ ଉକ୍ତ ରାସ୍ତାର ସାମ୍ପ୍ରସାରଣ ବେଳେ ସିକାକେତା ଗ୍ରାମରେ ପୂର୍ବରୁ ରହିଥିବା ଡ୍ରେନ୍‌ ଉପରେ ଗାର୍ଡ ଓ୍ବାଲ ନିର୍ମାଣକୁ ସ୍ଥାନୀୟ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ବିରୋଧ କରିଛନ୍ତି। ପୁରୁଣା ଡ୍ରେନ୍‌ ଉପରେ ଏବେ ଲୁହା ଛଡ଼ ଦେଇ କଂକ୍ରିଟ ଢଳେଇ କରାଯାଉଛି। ଯାହାକି ଆଗାମୀ ଦିନରେ ବର୍ଷାରେ ଧୋଇ ହୋଇଯିବ ବୋଲି ସରପଞ୍ଚ ଅଭିଯୋଗ କରିଛନ୍ତି। ରାଜ୍ୟ ସରକାର ପୂର୍ତ୍ତ ବିଭାଗ ଦ୍ୱାରା ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରୁଥିବା ବେଳେ କିଭଳି ପୁରୁଣା ଡ୍ରେନ୍‌କୁ ମରାମତି କରି ଚଞ୍ଚକତା କରିବାକୁ ବିଭାଗର ଅଧିକାରୀମାନେ ଚକ୍ରାନ୍ତ କରିପାରନ୍ତି ବୋଲି ସରପଞ୍ଚ ଓ ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ସେହିପରି ଦୀର୍ଘଦିନ ହେଲା ଉକ୍ତ ରାସ୍ତାର ଏକାଧିକ ସ୍ଥାନରେ କାର୍ଯ୍ୟ କରାଯିବା ପାଇଁ ମେଟାଲ ପକାଇ ଛାଡ଼ି ଦିଆଯାଇଥିବାରୁ ସେହି ରାସ୍ତାରେ ଚାଲିକି ହେଉ କି ବାଇକ୍‌ରେ ଯାତାୟାତ ସମସ୍ୟା ଦେଖାଯାଉଛି। ବାଇକ୍‌ ଚାଳକମାନେ ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଠିକାସଂସ୍ଥା ନାମରେ ବିଭାଗ ବାରମ୍ବାର କାରଣ ଦର୍ଶାଅ ନୋଟିସ୍‌ ଦେଇଥିଲେ ସୁଦ୍ଧା ପୂର୍ବରୁ ଯାହା ଅବସ୍ଥା ଥିଲା ଏବେ ମଧ୍ୟ ସେମିତି ରହିଛି।

ସୂଚନାଯୋଗ୍ୟ, ଉକ୍ତ ୧୫ କିମି ରାସ୍ତାକୁ ପ୍ରାୟ ୨୩ କୋଟି ଟଙ୍କା ବିନିମୟରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହାର ତଦାରଖ କରିବାକୁ ବିଭାଗୀୟ ଅଧିକାରୀମାନେ ନିୟମିତ ପଦକ୍ଷେପ ନେଉ ନ ଥିବାରୁ ଅବହେଳା ହେଉଥିବା ଅଭିଯୋଗ ହେଉଛି। ଏନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ହିମାଂଶୁ ଶେଖର ମଣ୍ଡଳ କହିଛନ୍ତି। ସେଠାରେ ପୁରୁଣା ଡ୍ରେନ୍‌ ରହିଥିବାରୁ ଡ୍ରେନ୍‌ ପାଇଁ ଅଟକଳ କରାଯାଇ ନ ଥିଲା ଏବେ ରାସ୍ତା ଉଚ୍ଚ ହେବାରୁ ପୁରୁଣା ଡ୍ରେନ୍‌ ଉପରେ ପୁଣି ଓ୍ବାଲ୍‌ ଉଠାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri