ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ନ ହେବାରୁ ଅସନ୍ତୋଷ

ପାଟଣା,୨୨।୬(ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସ୍ଥିତ ପ୍ରାଚୀନ ପ୍ରସିଦ୍ଧ ଦଧିବାମନ ଜୀଉଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି।ତେବେ ଜିଲାର ଏହି ପୁରାତନ ମନ୍ଦିର ପ୍ରତି ଦେବୋତ୍ତର ବିଭାଗ ଅଣଦେଖା କରୁଥିବାରୁ ନୀତିକାନ୍ତି ସୁରୁଖୁରୁରେ ହୋଇପାରୁ ନାହିଁ ବୋଲି ସାଧାରଣରେ ଅଭିଯୋଗ ହେଉଛି। ଚଳିତ ବର୍ଷ ଚତୁର୍ଦ୍ଧା ମୂର୍ତ୍ତିଙ୍କ ରଥଯାତ୍ରାକୁୁ ସୁଚାରୁ ରୁପେ ସମ୍ପାଦନ କରିବା ପାଇଁ ଏଯାବତ ପ୍ରସ୍ତୁତି ବୈଠକ ଡକା ଯାଇ ନ ଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଦୀର୍ଘ ଦିନରୁ କୋଠ ତହସିଲଦାର ବିନୋଦ ବିହାରୀ ସିଂ ନିଜ ପଦବୀରୁ ସ୍ବେଚ୍ଛାକୃତ ଭାବେ ଇସ୍ତଫା ଦେବାପରେ ଉକ୍ତ ପଦବୀରେ କୌଣସି ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯାଇ ନ ଥିବାରୁ ସୁଚାରୂ ରୁପେ ନୀତିକାନ୍ତି ସମ୍ପନ୍ନ ହେବାରେ ବ୍ୟାଘାତ ସୃଷ୍ଟି ହେଉଥିବା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ ଜିଲାପାଳଙ୍କୁ ଏନେଇ ଅବଗତ କରିବା ସହ ତୁରନ୍ତ କୋଠ ତହସିଲଦାର ନିଯୁକ୍ତି ନେଇ ଦାବି କରିଛନ୍ତି। ଏସମ୍ପର୍କରେ ଉପଜିଲାପାଳ ରାମଚନ୍ଦ୍ର କିସ୍କୁଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଡାକିବାକୁ ତହସିଲଦାର ତାପସ ରଞ୍ଜନ ଦେହୁରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଠାକୁରଙ୍କ ନୀତିରେ କୌଣସି ଅସୁବିଧା ହେବନି। ରଥଯାତ୍ରା ପାଇଁ ଯେତିକି ଟଙ୍କା ଦରକାର ଯୋଗାଇ ଦିଆଯିବ। ଖୁବ ଶୀଘ୍ର କୋଠ ତାହସିଲଦାର ନିଯୁକ୍ତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri